Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲରେ ନୁହେଁ ମେଡିକାଲରେ କଟିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ରାତି

by ସଞ୍ଜୟ ସ୍ୱାଇଁ
October 9, 2021
in State
ଜେଲରେ ନୁହେଁ ମେଡିକାଲରେ କଟିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ରାତି
240
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜେଲ ନୁହେଁ ମେଡିକାଲ କଟିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ରାତି । ଗତକାଲି ଜାମିନ ଆବେଦନ ଖାରଜ ହେବା ପରେ ଜଗଦେବଙ୍କୁ ଖୋର୍ଦ୍ଧା ସବଜେଲକୁ ପଠାଯାଇଥିଲା। ଏହାପରେ ତାଙ୍କର ହୃଦରୋଗ ସମସ୍ୟା ଦେଖାଦେବାରୁ ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ସେ ଗତ ରାତିରେ ଥିବା ବେଳେ ତାଙ୍କ ଚିକିତ୍ସା ଚାଲୁଥିବା ଜଣାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଗତକାଲି ଏଡିଜେ କୋର୍ଟରେ ହାଜର ହେବା ସହ ଜାମିନ ଆବେଦନ କରିଥିଲେ ବିଧାୟକ ପ୍ରଶାନ୍ତ ଜଗଦେବ । ତେବେ କୋର୍ଟ ତାଙ୍କ ଜାମିନ ନାମଂଜୁର କରିଦେଇଥିଲେ । ଏହାପରେ ବିଧାୟକଙ୍କୁ ହେପାଜତକୁ ନେଇଥିଲା ପୋଲିସ । ପରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ଜେଲ୍ ପଠାଇ ଦିଆଯାଇଥିଲା । ହେଲେ ଏହାପରେ ସେ ନିଜ ଅସୁସ୍ଥତା ସମ୍ପର୍କରେ ଜଣାଇବାରୁ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଏନଏସି ଅଫିସ ସାମ୍ନାରେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ କରିଥିବା ନେଇ ବିଧାୟକଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଭତ୍ତା ବଣ୍ଟନ ବିଳମ୍ବ ହେବାରୁ ଏନ୍ଏସି ନିର୍ବାହୀ ଅଧିକାରୀଙ୍କୁ ପଚାରିବାକୁ ଯାଇଥିଲେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଂଜନ ସେଠୀ । ଏହି ସମୟରେ ବିଧାୟକ ପ୍ରଶାନ୍ତ ଜଗଦେବ ପହଞ୍ଚି ରାସ୍ତା ଉପରେ ହିଁ ନିରଞ୍ଜନଙ୍କୁ ଆକ୍ରମଣ କରିଥିଲେ । ନିରଞ୍ଜନଙ୍କୁ ବିଧାୟକ ଧକ୍କା ମାରିଥିବାର ଭିଡିଓ ଭାଇରାଲ ହେବା ପରେ ତାଙ୍କ ବିରୋଧରେ ମାମଲା ରୁଜୁ କରିଥିଲା ପୁଲିସ୍‌। ବିଧାୟକଙ୍କ ବିରୋଧରେ ଲାଗିଥିଲା ଏସ୍‌ସି-ଏସ୍‌ଟି ଉତ୍ପୀଡ଼ନ କେଶ୍ ଜାମିନ ଆବେଦନ ପାଇଁ ସେ ଗତ ୫ତାରିଖରେ ହାଇକୋର୍ଟ ଯାଇଥିଲେ । ତେବେ ହାଇକୋର୍ଟ ପ୍ରଶାନ୍ତଙ୍କ ଜାମିନ ଆବେଦନ ଅଗ୍ରାହ୍ୟ କରିବା ସହ ତଳକୋର୍ଟରେ ଆବେଦନ ଲାଗି କହିଥିଲେ । ସେପଟେ ବିଧାୟକଙ୍କ ଦାଦାଗିରି ଭିଡିଓ ସାମ୍ନାକୁ ଆସିବା ପରେ ପ୍ରଶାନ୍ତ ଜଗଦେବଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!