Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ ହସ୍ପିଟାଲ୍‌ର ମାନସିକ ରୋଗ ଚିକିତ୍ସା ବିଭାଗ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
October 10, 2021
in Health, State
ସମ୍ ହସ୍ପିଟାଲ୍‌ର ମାନସିକ ରୋଗ ଚିକିତ୍ସା ବିଭାଗ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ
24
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍‌ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ମାନସିକ ରୋଗ ଚିକିତ୍ସା ବିଭାଗ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷ ନିମନ୍ତେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ସଂଗଠନ ଦେଇଥିବା ଚିନ୍ତନ ‘mental health in an unequal world’(ଅସମାନ ବିଶ୍ୱରେ ମାନସିକ ସ୍ୱାସ୍ଥ୍ୟ ) ସମ୍ପର୍କରେ ଏହି କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମ୍ ହସ୍ପିଟାଲ୍‌ର ମେଡିକାଲ ସୁପରିଟେଣ୍ଡେଂଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମାନସିକ ରୋଗ ବିଭାଗ ତରଫରୁ ପ୍ରସ୍ତୁତ ଏକ ଭିଡିଓ ବାର୍ତାକୁ ଉନ୍ମୋଚନ କରିଥିଲେ । ବିଭାଗୀୟ ମୁଖ୍ୟ ପ୍ରଫେସର ଡା.ସୁରଜିତ ସାହୁ ବିଶ୍ୱରେ ଶାରୀରିକ ଓ ମାନସିକ ଚିକିତ୍ସାର ଅସମାନତା ବିଷୟରେ ଆଲୋକପାତ କରିଥିଲେ । ପ୍ରଫେସର ଶୁଭେନ୍ଦୁ ନାରାୟଣ ମିଶ୍ର ମାନସିକ ରୋଗର ନିରାକରଣ ବିଷୟରେ ବକ୍ତବ୍ୟ ରଖିଥିଲେ । ଡା.ସ୍ନେହାଂଶୁ ଦେ, ଡା.ରାକେଶ ମହାନ୍ତି, ଡା.ଅମୀୟ କୃଷ୍ଣ ସାହୁ ଓ ଡ.ସୌମ୍ୟରଂଜନ ଦାଶ ମାନସିକ ରୋଗ କିପରି ସହଜରେ ଚିକିତ୍ସା କରାଯାଇପାରିବ ଓ ଏହା ସହିତ ଜଡିତ କଳଙ୍କକୁ କିପରି ଦୂର କରାଯାଇପାରିବ ସେ ବିଷୟରେ ଆଲୋଚନା କରିଥିଲେ ।ଉକ୍ତ କାର୍ଯ୍ୟକ୍ରମକୁ ସଫଳ ରୂପାୟନ ଦେବାରେ ମାନସିକ ରୋଗ ବିଭାଗର ଡା. ଲଗ୍ନଜିତ ଦାଶ ଓ ଡା.ହିରଣ୍ମୟ ମହାପାତ୍ରଙ୍କର ପ୍ରମୁଖ ଭୂମିକା ରହିଥିଲା। କାର୍ଯ୍ୟକ୍ରମ ଶେଷରେ ଡା. ଜିତେନ୍ଦ୍ରୀୟ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!