Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିଉସନ ଛାତ୍ରୀଙ୍କୁ ଅପହରଣ କରି ଜେଲଗଲେ ଶିକ୍ଷକ

by ସଞ୍ଜୟ ସ୍ୱାଇଁ
October 11, 2021
in Crime, State
ଟିଉସନ ଛାତ୍ରୀଙ୍କୁ ଅପହରଣ କରି ଜେଲଗଲେ ଶିକ୍ଷକ
151
VIEWS
Share on FacebookShare on Twitter

ଦାରିଙ୍ଗବାଡି, (ବାଘୁଆବାର୍ତ୍ତା): ଗୁରୁଙ୍କ ନାମରେ କଳଙ୍କ । ଟିଉସନ ଛାତ୍ରୀଙ୍କୁ ଅପହରଣ କରି ଜେଲଗଲେ ଶିକ୍ଷକ । ଏହିଭଳି ଅଭାବନୀୟ ଘଟଣା ଘଟିଛି ଦାରିଙ୍ଗବାଡିରେ । ଅପହୃତ ନାବାଳିକାଙ୍କୁ ଉଦ୍ଧାର କରିଛି ଦାରିଙ୍ଗବାଡି ପୋଲିସ । ଅଭିଯୁକ୍ତ ଟିଉସନ ଶିକ୍ଷକଙ୍କୁ କୋର୍ଟ ଚାଲାଣ କରାଯାଇଛି । ମିଳିଥିବା ସୂଚନାନୁସାରେ, ଗତ ୧୮ ତାରିଖ ଦିନ ଦାରିଙ୍ଗବାଡି ଥାନା ଗ୍ରୀନବାଡ଼ି ଗାଁର ସରିଫ ଡିଗାଲ ନାମକ ଜଣେ ଟିଉସନ ଶିକ୍ଷକ ଜଣେ ନାବାଳିକାକୁ ବିଭିନ୍ନ ପ୍ରଲୋଭନ ଦେଖାଇ ପ୍ରେମଜାଲରେ ଫସାଇ ଅପହରଣ କରିନେଇଥିବା ଦାରିଙ୍ଗବାଡି ଥାନାରେ ଅଭିଯୋଗ ହୋଇଥିଲା । ଏନେଇ ଦାରିଙ୍ଗବାଡି ଥାନାରେ ପରିବାର ଲୋକେ ଲିଖିତ ଅଭିଯୋଗ କରିଥିଲେ । ଦାରିଙ୍ଗବାଡି ଥାନା ପୋଲିସ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା ଏବଂ ବିଭିନ୍ନ ଅଞ୍ଚଳରେ ଖୋଜାଖୋଜି କରିଥିଲା। ପରେ କୋରାପୁଟ ଦାମନଯୋଡି ଅଞ୍ଚଳରୁ ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବା ସହିତ ଅଭିଯୁକ୍ତ ରସିକିଆ ଟିଉସନ ଶିକ୍ଷକଙ୍କୁ ଗିରଫ କରିଥିଲା । ଦାମନଯୋଡିରେ ଉଭୟେ ସ୍ୱାମୀ ସ୍ତ୍ରୀର ପରିଚୟ ଦେଇ ରହୁଥିଲେ । ଥାନା ଅଧିକାରୀ କୌଶିକ ମାଝୀଙ୍କ ନେତୃତ୍ୱରେ ଏସ ଆଇ ସୌମ୍ୟରଞ୍ଜନ ପଣ୍ଡା ଏହାର ନେତୃତ୍ୱ ନେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!