Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ଟ୍ୱିନସିଟିରେ ରାତି ୮ଟାରୁ ଭୋର୍ ୫ଟା ଯାଏଁ ଲାଗୁ ହେବ ନାଇଟ୍‌ କର୍ଫ୍ୟୁ

by ସଞ୍ଜୟ ସ୍ୱାଇଁ
October 11, 2021
in State
ଆଜିଠୁ ଆସନ୍ତା ୨୦ ତାରିଖ  ପର୍ୟ୍ୟନ୍ତ  ଟ୍ୱିନସିଟିରେ ରାତି ୮ଟାରୁ ଭୋର୍ ୫ଟା ଯାଏଁ ଲାଗୁ ହେବ ନାଇଟ୍‌ କର୍ଫ୍ୟୁ
83
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଷଷ୍ଠୀ ପୂଜା । ହେଲେ ଗତ ଥର ପରି ଏଥରର ବି କରୋନା କଟକଣା ଯୋଗୁଁ ଲୋକଙ୍କ ମଧ୍ୟରେ ସେଭଳି ଉତ୍ସାହ ଦେଖିବାକୁ ମିଳିନି। ଏହାବାଦ ପୂଜା ସମୟରେ ସଂକ୍ରମଣ ଉପର ମୁହାଁ ହେବା ଆଶଙ୍କା କରି ଦୈତ୍ୟ ନଗରୀ କଟକ ଓ ଭୁବନେଶ୍ୱରରେ ଆଜିଠୁ କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ। ଆଜିଠୁ ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ଟ୍ୱିନସିଟିରେ ରାତି ୮ଟାରୁ ଭୋର୍ ୫ଟା ଯାଏଁ ଲାଗୁ ହେବ ନାଇଟ୍‌ କର୍ଫ୍ୟୁ । ପାର୍ବଣ ବେଳେ ବଜାରରେ ଗହଳି ହେବା ଯୋଗୁ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ତେଣୁ ଏହାକୁ ନିୟନ୍ତ୍ରଣ କରିବାକୁ ପୁଲିସ୍‌ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଏହି ସମୟରେ ଲୋକମାନେ ନିୟମ ପାଳନରେ ସହଯୋଗ କରିବାକୁ ପୋଲିସ କମିଶନର ଅପିଲ୍ କରିଛନ୍ତି । ତେବେ ଏହି କଟକଣା ନମାନିଲେ ତାଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଏନେଇ ପୁଲିସ୍‌ କମିଶନର କହିଛନ୍ତି, ଯେପରି ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଭୋଗିବେ ଦଣ୍ଡ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। କିଏ ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ସିପି । ଏଥିସହ ପାର୍ବଣ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ କମିଶନରେଟ ପୁଲିସ୍‌ର ସ୍କାନରରେ ରହିବେ ଅପରାଧୀ। ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ସିପି ଚେତାବନୀ ଦେଇଛନ୍ତି। କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି। ଏଥିସହ ରେଭ୍ ପାର୍ଟିରେ ନିଶା ସେବନ ଉପରେ କଡ଼ା ନଜର ରହିବ । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ସିପି। ଅପରପକ୍ଷେ, ମଣ୍ଡପରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଥିବାରୁ ଫେସବୁକ୍, ୟୁଟ୍ୟୁବ ମାଧ୍ୟମରେ ପୂଜାର ଲାଇଭ୍ ବ୍ୟବସ୍ଥା କରିଛନ୍ତି ବିଭିନ୍ନ ପୂଜା କମିଟି । ସେପଟେ ଦେବୀ ପୀଠ ଗୁଡିକରେ ମା’ଙ୍କ ସପ୍ତମୀ ପୂଜା ହେଉଛି । ଗତକାଲି କଟକ ଚଣ୍ଡୀ ଓ ଗଡ଼ଚଣ୍ଡୀ ଗାୟତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ତେବେ ପ୍ରଶାସନର କରୋନା ପାଇଁ ଗତବର୍ଷ ଭଳି ଏବର୍ଷ ମଧ୍ୟ ଦଶହରା ପ୍ରସ୍ତୁତି ସମ୍ପୂର୍ଣ୍ଣ ଫିକା ହୋଇଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!