Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ୱାସରୁଦ୍ଧ ହୋଇ ମନୀଷ ଅନୁରାଗଙ୍କ ମୃତ୍ୟୁ ହୋଇଥିବା ପ୍ରକାଶ ପାଇଛି

by ସଞ୍ଜୟ ସ୍ୱାଇଁ
October 12, 2021
in Crime, State
ଶ୍ୱାସରୁଦ୍ଧ ହୋଇ ମନୀଷ ଅନୁରାଗଙ୍କ ମୃତ୍ୟୁ ହୋଇଥିବା ପ୍ରକାଶ ପାଇଛି
103
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟର ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମନୀଷ ଅନୁରାଗଙ୍କ ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମର ପ୍ରାଥମିକ ରିପୋର୍ଟରେ ପ୍ରକାଶ ପାଇଛି । ଏନେଇ ଏମ୍ସ ପିଆରଓ ପ୍ରଭାସ ତ୍ରିପାଠୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ମନୀଷଙ୍କ ଆହୁରି ରିପୋର୍ଟ ଆସିବାକୁ ବାକି ଅଛି । ପାକସ୍ଥଳୀରେ ହଜମ ହୋଇନଥିବା ଖାଦ୍ୟକୁ ପରୀକ୍ଷା ପାଇଁ ପଠାଯାଇଛି । ଡାଏଟମ୍ ଓ ଭିସେରା ରିପୋର୍ଟକୁ ଅପେକ୍ଷା କରାଯାଇଛି । ପାଣି ବୁଡ଼ି କି ତା ପୂର୍ବରୁ ଶ୍ୱାସରୁଦ୍ଧ ହୋଇଛି, ତାହାର ପରୀକ୍ଷା କରାଯିବ ।’ ଅନ୍ୟପଟେ ଏହି ମାମଲାରେ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି ପୋଲିସ । ଏହା ସହ ମନୀଷଙ୍କୁ ନିଆଯାଇଥିବା କାରର ମଧ୍ୟ ସନ୍ଧାନ ମିଳିଛି । ପାତ୍ରପଡ଼ା ସାଉଥ ସିଟି ହୋଟେଲକୁ ନିଆଯାଇଥିବା କାର ଠାବ ହୋଇଛି । ମନୀଷ ୨ ଜଣଙ୍କ ସହ ଗୋଟିଏ କାରରେ ସାଉଥ ସିଟି ଯାଇଥିଲେ । ଏଥିରେ ପୋଲିସ ଜଣଙ୍କୁ ଅଟକ ରଖିଥିବା ବେଳେ ଆଉ ଜଣଙ୍କୁ ଖୋଜିବାରେ ଲାଗିଛି । ତେବେ ଏହାପୂର୍ବରୁ ପୁଅର ସାଙ୍ଗମାନେ ମନୀଷଙ୍କୁ ହତ୍ୟା କରିଛନ୍ତି ବୋଲି ପିତା ନବୀନ ଦାସ ଅଭିଯୋଗ କରିଥିଲେ । ନିର୍ଭୟ ଚ୍ୟାନେଲରେ ଏକ ୟୁଟ୍ୟୁବ ଭିଡିଓ ଜରିଆରେ ଏହି ଖୁଲାସା କରିଥିଲେ ନବୀନ । ସାଙ୍ଗମାନଙ୍କ ସହିତ ଭୋଜି କରିବାକୁ ଯାଇଥିବା ବେଳେ ସାଙ୍ଗମାନେ ତାକୁ ହତ୍ୟା କରିଛନ୍ତି ବୋଲି ନବୀନ କହିଥିଲେ । ସାଙ୍ଗମାନଙ୍କ ସହିତ ମନୀଷ ଭୋଜି କରିବାକୁ ଯାଇଥିବା ବେଳେ ରାତି ୪.୨୨ ମିନିଟରେ ଶେଷ ଥର ପାଇଁ ତାଙ୍କ ସହିତ କଥା ହୋଇଥିଲେ ନବୀନ । ଶେଷ ଥର ପାଇଁ କରିଥିବା କଲରେ ତାଙ୍କୁ ପିଟାପିଟି କରାଯାଉଥିବା ନେଇ ମନୀଷ ପ୍ରକାଶ କରିଥିଲେ । ଏହା ସହ କମିଶନରେଟ ପୋଲିସ ପକ୍ଷରୁ ପାତ୍ରପଡା ସାଉଥ ସିଟି ହୋଟେଲକୁ ସିଲ କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!