Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାର ୬ ସ୍ୱାଧୀନତା ସଂଗ୍ରାମୀଙ୍କ ନାମରେ ସ୍ୱତନ୍ତ୍ର ଲଫାଫା

by ସଞ୍ଜୟ ସ୍ୱାଇଁ
October 14, 2021
in Feature News
ଓଡ଼ିଶାର ୬ ସ୍ୱାଧୀନତା ସଂଗ୍ରାମୀଙ୍କ ନାମରେ ସ୍ୱତନ୍ତ୍ର ଲଫାଫା
85
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଶାର ୬ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କ ନାମରେ ଡାକ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଡ଼ାକ ଲଫାଫା ପ୍ରସ୍ତୁତ କରାଯାଇଛି। ଏହି ମହାନ ସ୍ୱାଧୀନତା ସଂଗ୍ରାମୀଗଣ ହେଲେ ସହିଦ ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ, ଚକରା ବିଷୋୟୀ, ଚାଖି ଖୁଂଟିଆ, ବାଜି ରାଉତ ଓ ପାର୍ବତି ଗିରି। ଆଜାଦୀ କା ଅମୃତ ମହୋତ୍ସବ ଓ ଡାକ ଟିକଟ ଦିବସ ସମାରୋହ ଉପଲକ୍ଷେ ନୂଆଦିଲ୍ଲୀର ଡାକ ଭବନରୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ‌କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ବିନୀ ବୈଷ୍ଣବ ଏହାକୁ ଉନ୍ମୋଚନ କରିଥିଲେ। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ କହିଥିଲେ, ବ୍ରିଟିସ୍ ବିରୋଧରେ ମହାନ ଯୋଦ୍ଧା ଜୟୀ ରାଜଗୁରୁଙ୍କ ସଂଗ୍ରାମ, ପାଇକ ବିଦ୍ରୋହରେ ବକ୍ସି ଜଗବନ୍ଧୁଙ୍କ ବଳିଷ୍ଠ ନେତୃତ୍ୱ, ଘୁମୁଷର ପାଇଁ ଆପ୍ରାଣ ଚେଷ୍ଟା କରିଥିବା ଜନଜାତି ଜନନାୟକ ଚକରା ବିଷୋୟୀ, ସିପାହୀ ବିଦ୍ରୋହରେ ଚାଖି ଖୁଣ୍ଟିଆଙ୍କ ଭୂମିକା, ସହିଦ ବାଜି ରାଉତଙ୍କ ସାହସ ଓ ପାର୍ବତି ଗିରିଙ୍କ ଦେଶସେବାର ଇଚ୍ଛାଶକ୍ତି ସର୍ବଦା ପ୍ରେରଣା ହୋଇ ରହିବ। ଭାରତର ସ୍ୱତନ୍ତ୍ରତା ସଂଗ୍ରାମରେ ଓଡ଼ିଶାର ଏହି ବୀର ଯୋଦ୍ଧାଗଣ ଯେଉଁ ତ୍ୟାଗ, ତପସ୍ୟା, ସାହସ ତଥା ବଳିଦାନ ଦେଖାଇଛନ୍ତି ତାହା ଅବିସ୍ମରଣୀୟ । ମାତ୍ର ସମସ୍ତ ଦେଶଭକ୍ତିପୂର୍ଣ୍ଣ କାର୍ଯ୍ୟ କିମ୍ବା ନିଃସ୍ୱାର୍ଥ ବଳିଦାନ ଇତିହାସରେ ଲିପିବଦ୍ଧ ହୋଇନାହିଁ। ଆଗାମୀ ଦିନରେ ଓଡ଼ିଶାର ମହାନାୟକଙ୍କ ତ୍ୟାଗ ତଥା ବଳିଦାନକୁ ଶତାବ୍ଦୀ ଶତାବ୍ଦୀ ଧରି ଉଜ୍ଜୀବିତ କରି ରଖିବାର ଆବଶ୍ୟକତା ରହିଛି। ଦୀର୍ଘ ୨୦୦ ଓ ୨୫୦ ବର୍ଷ ପୂର୍ବେ ଇତିହାସ ପୃଷ୍ଠାରେ ଲିପିବଦ୍ଧ ହୋଇ ନ ଥିବା ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀଙ୍କ ଉପରେ ଗବେଷଣା କରିବା ପାଇଁ ଭାରତୀୟ ଇତିହାସ ଅନୁସନ୍ଧାନ ପରିଷଦ(ଆଇସିଏଚ୍ଆର୍) ପକ୍ଷରୁ ଉଦ୍ୟମ କରାଯିବ। ଆଜି ଉନ୍ମୋଚିତ ହୋଇଥିବା ଲଫାଫାକୁ କିଣି ବ୍ୟବହାର କରିବା ପାଇଁ ଶ୍ରୀ ପ୍ରଧାନ ଲୋକଙ୍କୁ ନିବେଦନ କରିଥିଲେ। କେନ୍ଦ୍ର ମନ୍ତ୍ରୀ ଶ୍ରୀ ବୈଷ୍ଣବ ଦେଶର ସ୍ବାଧୀନତା ସଂଗ୍ରାମରେ ଏହି ୬ ଜଣ ସ୍ବାଧୀନତା ସଂଗ୍ରାମୀଙ୍କ ମୂଲ୍ୟବାନ ଯୋଗଦାନର ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ଉଭୟ ମନ୍ତ୍ରୀ ସଂଗ୍ରାମୀଙ୍କ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିଥିଲେ। ଜୟୀ ରାଜଗୁରୁଙ୍କ ବଂଶର ଷଷ୍ଠ ପିଢ଼ିର ଦୟାନନ୍ଦ ମହାପାତ୍ର ଓ ତ୍ରିଦେବ ନନ୍ଦ, ବକ୍ସି ଜଗବନ୍ଧୁଙ୍କ ଷଷ୍ଠ ପିଢ଼ିର ବଂଶଜ ତଥା ବିଧାୟକ ଲଳିତ‌େନ୍ଦୁ ବିଦ୍ୟାଧର ମହାପାତ୍ର, ଚକରା ବିଷୋୟୀ ସାଂସ୍କୃତିକ ଏକାଡେମିର ସଭାପତି ଜଗବନ୍ଧୁ ଜେନା, ଚାଖି ଖୁଣ୍ଟିଆଙ୍କ ବଂଶର ଚତୁର୍ଥ ପିଢ଼ି ହଜୁରୀ ଭୀମସେନ ଖୁଣ୍ଟିଆ, ସହିଦ ବାଜି ରାଉତଙ୍କ ଦାୟାଦ କୁଳମଣି ରାଉତ ଓ ପାର୍ବତୀ ଗିରିଙ୍କ ଦାୟାଦ ଭରତ କୁମାର ଗିରିଙ୍କ ସହ କେନ୍ଦ୍ର ମନ୍ତ୍ରୀ କଥା ହୋଇଥିଲେ। ନୂଆଦିଲ୍ଲୀରେ ଡାକ ବିଭାଗ ସଚିବ ବିନୀତ ପାଣ୍ଡେ, ଡାକ ବିଭାଗ ମହାନିର୍ଦ୍ଦେଶକ ଆଲୋକ ଶର୍ମା, ଓଡ଼ିଶାରେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ସୁରେଶ ଚନ୍ଦ୍ର ଦଳାଇ ଓ ଓଡ଼ିଶା ଡାକ ପରିମଣ୍ଡଳର ମୁଖ୍ୟ ମହାଡାକପାଳ ଶୁଭେନ୍ଦୁ ସ୍ବାଇଁ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!