Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଶିଷଙ୍କ ଜାମିନ ଆବେଦନ ଖାରଜ: ଆଉ ୨ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
October 14, 2021
in Feature News
ଆଶିଷଙ୍କ ଜାମିନ ଆବେଦନ ଖାରଜ: ଆଉ ୨ ଅଭିଯୁକ୍ତ ଗିରଫ
50
VIEWS
Share on FacebookShare on Twitter

ଲଖିମପୁର ଖେରି,(ବାଘୁଆବାର୍ତ୍ତା): ଲଖିମପୁର ଖେରି ହିଂସା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ସି‌ଜ‌େଏମ୍‌ କୋର୍ଟରେ ଆଶିଷ ଜାମିନ ପାଇଁ ଆବେଦନ କରିଥିଲେ। ଆଜି କୋର୍ଟ ଉଭୟ ଆଶିଷ ଏବଂ ତାଙ୍କ ସହଯୋଗୀ ଆଶିଷ ପାଣ୍ଡେଙ୍କ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଅନ୍ୟପକ୍ଷେ ଆଶିଷ ମିଶ୍ରଙ୍କ ସାଙ୍ଗ ଅଙ୍କିତ ଦାଶ ଆଜି ଏ‌ସ୍‌ଆଇଟିରେ ହାଜର ହୋଇଥିଲେ । ହିଂସା ଘଟଣାରେ ଜେରା ପାଇଁ ତାଙ୍କୁ ସମନ୍‌ କରାଯାଇଥିବା ବେଳେ ଜେରା ପରେ ତାଙ୍କୁ ପୁଲିସ ଗିରଫ କରିଛି। ଅଙ୍କିତ ସମେତ ଆଉ ଜଣଙ୍କୁ ମଧ୍ୟ ପୁଲିସ ଗିରଫ କରିଚି। ଉଲ୍ଲେଖଯୋଗ୍ୟ, ଅକ୍ଟୋବର ୯ରେ ଗିରଫ ହୋଇଥିବା ଆଶିଷ ମିଶ୍ରଙ୍କୁ ପୁଲିସ ୩ ଦିନ ରିମାଣ୍ଡ୍‌ରେ ନେଇଛି। ଅନ୍ୟ ଜଣେ ଅଭିଯୁକ୍ତ ଶେଖର ଭାରତୀକୁ ଗତକାଲିଠାରୁ ୩ଦିନିଆ ପୁଲିସ ରିମାଣ୍ଡରେ ପଠାଯାଇଛି। ଅଙ୍କିତ ଦାଶ ହେଉଛି ପୂର୍ବତନ ମନ୍ତ୍ରୀ ଅଖିଳେଶ ଦାଶଙ୍କ ପୁତୁରା । ଘଟଣା ଦିନ କୃଷକଙ୍କ ଉପରେ ଯେଉଁ ଗାଡ଼ିଟି ମାଡ଼ିଯାଇଥିଲା ସେହି ଗାଡ଼ିର ମାଲିକ ଅଙ୍କିତ ଦାସ ବୋଲି ଜଣାପଡ଼ିଛି। ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ଜାରି ରହିଥିବା ବେଳେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ପିଟିପିଟି ହତ୍ୟା ମାମଲାରେ ମଧ୍ୟ ଅଭିଯୁକ୍ତଙ୍କୁ ଠାବ କରିବା ପାଇଁ ପ୍ରୟାସ ଚାଲିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!