ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୧୬ ଓ ୧୭ ତାରିଖରେ ହୋଇପାରେ ପ୍ରବଳ ବର୍ଷା। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଦିଆଯାଇଛି ଏହି ସୂଚନା। ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଆଉ ଏହା ପ୍ରଭାବରେ ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।






