Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି

by ସଞ୍ଜୟ ସ୍ୱାଇଁ
October 16, 2021
in Education, State
ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି
253
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି ଦେଢ଼ବର୍ଷରୁ ଉର୍ଦ୍ଧ୍ବ ସମୟ ହେବ ଶିକ୍ଷା କ୍ଷେତ୍ର ପ୍ରଭାବିତ । ପିଲାମାନଙ୍କ ଭବିଷ୍ୟତକୁ ନେଇ ଖେଳିହେବନି । ବର୍ତ୍ତମାନ ବିଶ୍ବର କେତେକ ଦେଶ ଓ ରାଜ୍ୟରେ ସ୍କୁଲ ଖୋଲିଗଲାଣି । ତେଣୁ ଓଡିଶାରେ ପର୍ୟ୍ୟାୟକ୍ରମେ ଖୋଲୁଛି । ଆଗକୁ ଯଦି ନିୟମ ପାଳନ ଠିକରେ ନ ହୁଏ କିମ୍ବା କିଛି ସେପରି ପରିସ୍ଥିତି ଆସେ ତେବେ ପୁଣି ସ୍କୁଲ ବନ୍ଦ କରାଯିବ ବୋଲି ଡିଏମଇଟି କହିଛନ୍ତି । ସ୍କୁଲ ଖୋଲିବା ପରେ ଗଣଶିକ୍ଷା ବିଭାଗ, ସ୍ବାସ୍ଥ୍ୟ ବିଭାଗ ମନିଟରିଂ କରିବେ । ସ୍କୁଲ ପିଲାଙ୍କର କ’ଣ ସବୁ ଲକ୍ଷଣ ଅଛି କି ନାହିଁ, ଶିକ୍ଷକମାନେ ଟିକା ନେଇଛନ୍ତି କି ନାହିଁ ଅନୁଧ୍ୟାନ କରାଯିବ । ଅଭିଭାବକମାନେ ମଧ୍ୟ ତୀକ୍ଷ୍ଣ ନଜର ରଖିବେ । ସ୍କୁଲ ପିଲାଙ୍କୁ ଟିକା ଦିଆଯାଇନାହିଁ । ଆଉ ଏବେ ସ୍କୁଲ ଖୋଲୁଛି । ତେଣୁ ବଡ଼ ଲୋକଙ୍କଠାରୁ ଛୁଆଙ୍କୁ କରୋନା ବ୍ୟାପିବାର ସମ୍ଭାବନା ଥାଏ, ତେଣୁ ସମସ୍ତଙ୍କୁ ସଚେତନ ହେବା ଜରୁରୀ । ସ୍କୁଲରେ ଶିକ୍ଷକ, ଅଭିଭାବକ ସମସ୍ତେ ଟିକା ନେଇଯିବା ଜରୁରୀ । ପିଲାମାନଙ୍କ ଭିତରେ ବାରମ୍ବାର ସଚେତନତା ବଢ଼େଇବା ଆବଶ୍ୟକ ବୋଲି ଡିଏମଇଟି କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଦୁର୍ଗାପୂଜା ପରେ ଅଷ୍ଟମ ଓ ଏକାଦଶ କ୍ଲାସ୍ ଆରମ୍ଭ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି । ଆସନ୍ତା ୨୧ ତାରିଖରୁ ଯୁକ୍ତ୨ ପ୍ରଥମ ବର୍ଷ ଓ ୨୫ ତାରିଖଠାରୁ ଅଷ୍ଟମ ଶ୍ରେଣୀର କ୍ଲାସ୍ ଆରମ୍ଭ ହେବ । ଉଭୟ ସରକାରୀ ଓ ଘରୋଇ ସ୍କୁଲ ପାଇଁ ଏହା ଲାଗୁ ହେବ। ଅଷ୍ଟମ ଶ୍ରେଣୀ ପିଲାଙ୍କ କ୍ଲାସ୍ ସକାଳ ୯ଟାରୁ ସାଢ଼େ ୧୨ଟା ଯାଏଁ ଚାଲିବ । ସେହିଭଳି ଯୁକ୍ତ ଦୁଇ ପ୍ରଥମ ବର୍ଷ କ୍ଲାସ୍ ହେବ ସକାଳ ୧୦ଟାରୁ ଦିନ ୧ଟା ୩୦ ପର୍ୟ୍ୟନ୍ତ ଚାଲିବ। ଅଫଲାଇନ୍ ମୋଡ୍ ସହିତ ଅନଲାଇନ ମୋଡରେ ମଧ୍ୟ କ୍ଲାସ୍ ଜାରି ରହିବ। ଏଥିପାଇଁ କ୍ୟାମ୍ପସ ପ୍ରସ୍ତୁତ ରଖିବାକୁ ଡିଇଓମାନଙ୍କ ନିକଟକୁ ନିର୍ଦ୍ଦେଶ ଯିବ। ସେହିପରି ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏଁ ଶ୍ରେଣୀ ଖୋଲିବା ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ଦୀର୍ଘଦିନ ବ୍ୟବଧାନ ପରେ ଅଷ୍ଟମ ଓ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଇଁ ଅଫଲାଇନ୍ ପାଠପଢା ଆରମ୍ଭ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!