Tuesday, July 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

by ସଞ୍ଜୟ ସ୍ୱାଇଁ
October 18, 2021
in State
୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
95
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସୋମବାର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି । ସେହିପରି ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ଆସନ୍ତା ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହେବ । ୨୦ରୁ ଧୀରେ ଧୀରେ ବର୍ଷା କମିବ । ବଙ୍ଗୋପସାଗରରେ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ବାୟୁମଣ୍ଡଳରେ ଜଳୀୟବାଷ୍ପ ରହିବ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଏଥିସହ ୧୯ ତାରିଖ ପର୍ୟ୍ୟନ୍ତ ଉତ୍ତର ବଙ୍ଗୋପସାଗରର ଗଭୀର ଜଳକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଅପରପକ୍ଷେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ଆସନ୍ତା ଦୁଇଦିନ ରାଜ୍ୟରେ ପାଗ ମେଘୁଆ ରହିବ । ମୟୂରଭଞ୍ଜ, ବାଲେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ । ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ମଧ୍ୟରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ତା’ର ପ୍ରଭାବରେ ବର୍ଷା ହେବ । ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!