Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଧରାଇ ଦେଲେ ମିଳିବ ଲକ୍ଷେ ଟଙ୍କା ପୁରସ୍କାର

by ସଞ୍ଜୟ ସ୍ୱାଇଁ
October 19, 2021
in Crime, State
୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ଭ୍ୟାନ୍‌ଟି ଘାଟିରେ ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ଖସି ପଡ଼ିଥିଲା
189
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଧରାଇ ଦେଲେ ମିଳିବ ପୁରସ୍କାର। ଆଜି ଏହି ପୁରସ୍କାର ରାଶି ଘୋଷଣା କରିଛନ୍ତି ବଲାଙ୍ଗିର ଏସ୍‌ପି। ପୁଲିସ ହାତରେ ଧରାଇଦେଲେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଧରାଇ ଦେଲେ ୨୦ ହଜାର ବଦଳରେ ଲକ୍ଷେ ଟଙ୍କା ପୁରସ୍କାର ମିଳିବ। ଗୋବିନ୍ଦ ସାହୁଙ୍କ ସମ୍ପର୍କରେ କୌଣସି ବ୍ୟକ୍ତି ସୂଚନା ପାଇଁ ଏସ୍‌ପି ଅଫିସ୍‌ ଲ୍ୟାଣ୍ଡଲାଇନ୍‌ ନମ୍ୱର. ୦୬୬୫୨-୨୩୪୦୨୧ ଓ ମୋବାଇଲ ନମ୍ୱର-୮୨୮୦୦୭୨୫୮୬ରେ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି। ଏଥିସହ ଜାରି ହୋଇଥିବା ପୋଷ୍ଟରରେ ସ୍କୁଲ ସଭାପତି ଗୋବିନ୍ଦଙ୍କୁ ମୋଷ୍ଟ ଓ୍ୱାଣ୍ଟେଡ୍ ଦର୍ଶା ଯାଇଛି। ବିଭିନ୍ନ ସ୍ଥାନରେ ଗୋବିନ୍ଦଙ୍କ ପୋଷ୍ଟର ମାରିଛି ପୁଲିସ। ଗୋବିନ୍ଦ ଟିଟିଲାଗଡ଼ ପୁଲିସ୍ ବ୍ୟାରେକ୍‌ରେ ଥିବା ବେଳେ ରବିବାର ରାତିରେ ହାତ ଧୋଇଯିବାକୁ କହି ଖସି ପଳାଇଥିଲେ। ଆଜି ସକାଳେ ମହାଲିଙ୍ଗ ହାଇସ୍କୁଲ ଷ୍ଟାଡିୟମ୍‌ରୁ ଏକ ଦଗ୍ଧ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହଟି ନଷ୍ଟ ହୋଇଯାଇଥିବା ବେଳେ ଏହା କାହାର ତାହା ସ୍ପଷ୍ଟ ହୋଇପାରି ନାହିଁ। ସନ୍‌ସାଇନ ପବ୍ଲିକ୍ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର ଗତ ୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣାର ତଦନ୍ତ କରିବାକୁ ଯାଇ ମହାଲିଙ୍ଗ ହାଇସ୍କୁଲ ଷ୍ଟାଡିୟମ୍‌ରେ ଆଜି ସକାଳେ ଜେସିବି ସାହାଯ୍ୟରେ ଖୋଳାଖୋଳି ଆରମ୍ଭ ହୋଇଥିଲା। ଘଟଣାର ମାତ୍ର ୩ ଘଣ୍ଟା ପରେ ଜେସିବି ଖୋଳୁ ଖୋଳୁ ମାତ୍ର ୮-୧୦ ଫୁଟ ତଳୁ ଏକ ପୋଡ଼ି ଯାଇଥିବା ମୃତଦେହ ଉଦ୍ଧାର ହୋଇଛି। ମୃତଦେହଟି ପୋଡ଼ି ଯାଇଥିବାରୁ ତାହାକୁ ଚିହ୍ନିବା କଷ୍ଟକର ହୋଇପଡ଼ିଛି। ଉକ୍ତ ସ୍ଥାନକୁ ପୁଲିସ୍‌ ଚାରିପଟୁ ସିଲ୍‌ କରି ଦେଇଛି। ଘଟଣାସ୍ଥଳରୁ ମୃତଦେହ ବାଦ ଏକ ଧୂପକାଠି, ପାଉଁଜି, ସୁନା ଚେନ୍‌, ବ୍ରେସଲେଟ୍‌, ମୁଦି ଓ ଆହୁରି କିଛି ସାମଗ୍ରୀ ମଧ୍ୟ ଉଦ୍ଧାର ହୋଇଛି । ପାରିପାର୍ଶ୍ୱିକ ସ୍ଥିତିରୁ ଏହା ମମିତାଙ୍କ ମୃତଦେହ ବୋଲି ଜଣା ପଡ଼ୁଥିବା ବେଳେ ଏହାକୁ ନେଇ କିଛି ସ୍ପଷ୍ଟ ସୂଚନା ଦିଆଯାଇନି। ଘଟଣାସ୍ଥଳରେ ମମିତାଙ୍କ ସମ୍ପର୍କୀୟ ଉପସ୍ଥିତ ଥିଲେ ମଧ୍ୟ ପୁଲିସ୍‌ ତରଫରୁ ସେମାନଙ୍କୁ କୌଣସି ସହଯୋଗ କରାଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି । ଏପରିକି ପରିବାର ଲୋକଙ୍କୁ ମୃତଦେହ କିମ୍ବା ସେଠାରୁ ମିଳିଥିବା କୌଣସି ସାମଗ୍ରୀ ଦେଖାଯାଇ ନ ଥିବା ପରି ସଙ୍ଗିନ ଅଭିଯୋଗ ଆଣିଛନ୍ତି ତାଙ୍କ ବଡ଼ ବାପା। ସେ କହିଛନ୍ତି, ମମିତା ୯ ତାରିଖରେ ନିଖୋଜ ନେଇ ଥାନାରେ ଅଭିଯୋଗ କରିଥିଲୁ। କିନ୍ତୁ ପୁଲିସ ମାମଲା ରଖି ନଥିଲା। ଏହା ପରେ ଆମେ ଗୋବିନ୍ଦ ସାହୁଙ୍କ ସହ ଯୋଗାଯୋଗ କରିଥିଲୁ। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅଛନ୍ତି, କିଛି ଅସୁବିଧା ହେବନି ବୋଲି ଗୋବିନ୍ଦ କହିଥିଲେ । ଗଣମାଧ୍ୟମକୁ କାହିଁକି ପ୍ରାଥମିକ ପ୍ରତିକ୍ରିୟା ଦେଉ ନଥିଲେ ପ୍ରଶ୍ନରେ ମମିତାଙ୍କ ବଡ଼ବାପା କହିଛନ୍ତି, ପୁଲିସ ମୁହଁ ନ ଖୋଲିବାକୁ କହିଥିଲା। ତଦନ୍ତରେ ସହଯୋଗ କରନ୍ତୁ, ମୁହଁ ଖୋଲନ୍ତୁନି ବୋଲି ପୁଲିସ କହିଥିଲା। ଝିଅ ଜୀବିତ ଥିବା ଆଶ୍ୱାସନା ମଧ୍ୟ ଦେଇଥିଲା। ତେଣୁ ଆମେ ଚୁପ୍‌ ରହିଥିଲୁ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!