Thursday, July 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲକ୍ଷ୍ମୀ ପୂଜା, କାଳୀ ପୂଜା, କାର୍ତ୍ତିକ ପୂର୍ଣ୍ଣିମା ପାଇଁ ବିଏମସିର ସ୍ୱତନ୍ତ୍ର ଗାଇଡଲାଇନ ଜାରି

by ସଞ୍ଜୟ ସ୍ୱାଇଁ
October 19, 2021
in State
ଲକ୍ଷ୍ମୀ ପୂଜା, କାଳୀ ପୂଜା, କାର୍ତ୍ତିକ ପୂର୍ଣ୍ଣିମା ପାଇଁ ବିଏମସିର ସ୍ୱତନ୍ତ୍ର ଗାଇଡଲାଇନ ଜାରି
187
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅକ୍ଟୋବର ଓ ନଭେମ୍ବର ମାସର ପୂଜା ପାର୍ବଣ ନେଇ ଗାଇଡଲାଇନ ଜାରି କଲା ବିଏମସି। ଲକ୍ଷ୍ମୀ ପୂଜା, କାଳୀ ପୂଜା, କାର୍ତ୍ତିକ ପୂର୍ଣ୍ଣିମା ପାଇଁ ବିଏମସି ସ୍ୱତନ୍ତ୍ର ଗାଇଡଲାଇନ ଜାରି କରିଛି। କୋଭିଡ୍-୧୯କୁ ଦୃଷ୍ଟିରେ ରଖି ପୂଜା ହେବ। ବିଏମସି ଗାଇଡଲାଇନରେ କୁହାଯାଇଛି, ଆବଦ୍ଧ ମଣ୍ଡପରେ ବିନା ଦର୍ଶକରେ ମୂର୍ତ୍ତି ପୂଜା କରାଯିବ। ପୂଜା ମଣ୍ଡପରେ ଏକ ସମୟରେ ସର୍ବାଧିକ ୭ଜଣ ଉପସ୍ଥିତି ରହିବେ। ସେହିପରି ପେଣ୍ଡାଲରେ ପୂଜା ପାଇଁ ଅନୁମତି ନେବାକୁ ପଡିବ। ପୂଜା ସମୟରେ କୌଣସି ପ୍ରକାରର ଗହଳି ଓ ସାଂସ୍କୃତିକ କାର୍ୟ୍ୟକ୍ରମ ହୋଇପାରିବ ନାହିଁ। ମୂର୍ତ୍ତି ପୂର୍ବପରି ୪ ଫୁଟ ଉଚ୍ଚତା ବିଶିଷ୍ଟ ହେବ। ପୂଜା ପେଣ୍ଡାଲର ତିନି ପଟ ଯାକ ଆବଦ୍ଧ ରହିବ। ପୂଜା ପରେ କୌଣସି ଶୋଭାଯାତ୍ରାକୁ ଅନୁମତି ମିଳିବ ନାହିଁ। କୃତ୍ରିମ ପୋଖରୀରେ ହେବ ବିସର୍ଜନ। ସେହିପରି ପୂଜା ବେଶୀ ଆଡ଼ମ୍ବରପୂର୍ଣ୍ଣ ହେବ ନାହିଁ। କେବଳ ରୀତିନୀତି ପାଇଁ ପୂଜାର୍ଚ୍ଚନା ହେବ। ପୂଜା ମଣ୍ଡପରେ ଗୋଟିଏ ପଟ କେବଳ ପୂଜକଙ୍କ ରୀତିନୀତି ନିମନ୍ତେ ଖୋଲା ରହିବ। ମୂର୍ତ୍ତି ବିସର୍ଜନ ପାଇଁ ଆୟୋଜକମାନେ ଭସାଣୀ କରିପାରିବେ ନାହିଁ। ବିସର୍ଜନ ପାଇଁ ବିଏମସି ପକ୍ଷରୁ କୃତ୍ରିମ ପୋଖରୀ ସୃଷ୍ଟି କରାଯିବ। ବିସର୍ଜନ ବେଳେ ସର୍ବାଧିକ ୧୦ଜଣ ଲୋକଙ୍କୁ ଏକଜୁଟ ହେବାକୁ ଅନୁମତି ଦିଆଯାଉଥିବାରୁ ମୂର୍ତ୍ତିର ଉଚ୍ଚତା ଓ ଓଜନକୁ ସୀମିତ ରଖିବାକୁ ବିଏମସି କମିଶନର ପରାମର୍ଶ ଦେଇଛନ୍ତି। ଏହାସହିତ ଯେଉଁମାନେ ବିସର୍ଜନରେ ସାମିଲ ହେବେ, ସେମାନେ କୋଭିଡ୍ ଟିକା ଦୁଇ ଡୋଜ୍ ନେଇଥିବାକୁ ପୂଜା କମିଟି ସୁନିଶ୍ଚିତ କରାଇବେ। ପୂଜା କମିଟି ଓ ଆୟୋଜକମାନେ ପୂଜା ମଣ୍ଡପ ବା ପେଣ୍ଡାଲରେ କୋଭିଡ୍‌-୧୯ ନିୟମକୁ କଡ଼ାକଡ଼ି ପାଳନ କରିବେ। ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଓ ସାନିଟାଇଜେସନ୍ ନିୟମକୁ ପାଳନ କରିବା ସହ ପୁଲିସ କମିଶନରଙ୍କଠୁ ପୂଜା ମଣ୍ଡପ ନିମନ୍ତେ ଅନୁମତି ନେବେ। ପୂଜା କମିଟି ନିଜର ସମସ୍ତ ସଦସ୍ୟଙ୍କୁ କୋଭିଡ୍ ଟିକାର ସାର୍ଟିଫିକେଟ ପାଖରେ ସବୁବେଳେ ରଖିବା ଓ ଯାଂଚବେଳେ ଦେଖାଇବା ନିମନ୍ତେ ଅବଗତ କରାଇବେ ବୋଲି ବିଏମସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!