Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡ଼ିରେ ଯୋଗଦେଇଛନ୍ତି ପୂର୍ବତନ କଂଗ୍ରେସ ବିଧାୟକ କୈଳାସ ଚନ୍ଦ୍ର କୁଲେସିକା

by ସଞ୍ଜୟ ସ୍ୱାଇଁ
October 20, 2021
in Politics, State
ବିଜେଡ଼ିରେ ଯୋଗଦେଇଛନ୍ତି ପୂର୍ବତନ କଂଗ୍ରେସ ବିଧାୟକ କୈଳାସ ଚନ୍ଦ୍ର କୁଲେସିକା
180
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ବିଜେଡ଼ିରେ ଯୋଗଦେଇଛନ୍ତି କଂଗ୍ରେସ ନେତା କୈଳାସ ଚନ୍ଦ୍ର କୁଲେସିକା । ତାଙ୍କ ସମର୍ଥକମାନଙ୍କ ସହିତ ବିଜେଡ଼ି ଯୁବ କାର୍ୟ୍ୟାଳୟରେ ସାମିଲ ହୋଇଛନ୍ତି କୈଳାସ । ୨୦୧୪ ରୁ ୨୦୧୯ ଲକ୍ଷ୍ମୀପୁରରୁ କଂଗ୍ରେସ ବିଧାୟକ ଥିଲେ କୈଳାସ । ୨୦୧୯ ନିର୍ବାଚନରେ ମାତ୍ର ୨୨୯ ଖଣ୍ଡ ଭୋଟରେ ବିଜେଡ଼ିର ପ୍ରାଥିଙ୍କଠୁ ପରାଜୟ ବରଣ କରିଥିଲେ । କିଛିଦିନ ତଳେ ସେ ବିଧିବଦ୍ଧ ଭାବେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ପୂର୍ବରୁ କୋଟପାଡର ପୂର୍ବତନ କଂଗ୍ରେସ ବିଧାୟକ ଚନ୍ଦ୍ରଶେଖର ମାଝି ବିଜେଡିରେ ମିଶିଥିଲେ । ରାଜ୍ୟ କାର୍ୟ୍ୟାଳୟରେ ଚାଲିଥିବା ଏହି ମିଶ୍ରଣ ପର୍ବରେ ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ମନ୍ତ୍ରୀ ପଦ୍ମିନୀ ଦିଆନ, କୋରାପୁଟ ଜିଲ୍ଲା ସଭାପତି ଈଶ୍ୱର ପାଣିଗ୍ରାହୀ ଓ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ଉପସ୍ଥିତ ଅଛନ୍ତି । ତେବେ ବିଜେଡିରେ ଯୋଗଦେବା ଅବସରରେ ଶ୍ରୀ କୁଲେସିକା କହିଛନ୍ତି ଯେ, ବିଜେଡି ମୋତେ ରାଜନୀତି ଶିଖାଇଛି, ଦଳ ପ୍ରତି ପ୍ରଥମରୁ ଦୁର୍ବଳତା । ଆଗରୁ ବିଜେଡିରେ ଥିଲି, ଏମେ ମୁଁ ମୋ ପରିବାରକୁ ଫେରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଦ୍ୱାରା ଆକୃଷ୍ଟ ହୋଇ ସେ ଦଳରେ ଯୋଗଦେଇଛନ୍ତି । କୌଣସି ଆଶା ନେଇ ଦଳକୁ ଆସିନାହାନ୍ତି, କୋରାପୁଟରେ କାମ କରିବା ହିଁ ତାଙ୍କର ଲକ୍ଷ୍ୟ । ଜଣେ କର୍ମୀ ଭାବେ ସମସ୍ତଙ୍କ ସହ ମିଶି କାମ କରିବେ ବୋଲି ସେ କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!