Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସନ୍ଧ୍ୟାରେ କେହି ଦୁର୍ବୃତ୍ତ ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ହାଣି ଦେଲେ

by ସଞ୍ଜୟ ସ୍ୱାଇଁ
October 21, 2021
in Crime, State
ସନ୍ଧ୍ୟାରେ କେହି ଦୁର୍ବୃତ୍ତ ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ହାଣି ଦେଲେ
48
VIEWS
Share on FacebookShare on Twitter

ବିରମିତ୍ରପୁର, (ବାଘୁଆବାର୍ତ୍ତା): ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ହାଣି ଦେଲେ । ବୃଦ୍ଧ ଦମ୍ପତିଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଘରେ ପଡ଼ିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏପରି ଜଘନ୍ୟ ହତ୍ୟାକାଣ୍ଡ ସୁନ୍ଦରଗଡ଼ ଜିଲ୍ଲା ରାଏବଗା ଥାନା ଅନ୍ତର୍ଗତ କାଦୋବାହାଲ ପଞ୍ଚାୟତ ଅଧିନସ୍ଥ ଭଦ୍ରାଟୋଲୀ ବସ୍ତିରେ ଗତ କାଲି ଘଟିଯାଇଛି । ସୂଚନା ଅନୁଯାୟୀ, ବୃଦ୍ଧ ଦମ୍ପତି ଘରେ ଏକା ରହୁଥିବା ବେଳେ ସେମାନଙ୍କ ୩ ପିଲା ବାହାରେ ରୁହନ୍ତି। ଗତକାଲି ସନ୍ଧ୍ୟା ପ୍ରାୟ ୭ଟାରେ କେହି ଦୁର୍ବୃତ୍ତ ଘରେ ପଶି ଉଭୟଙ୍କୁ ହାଣି ଥିବା ଜଣାଯାଇଛି। ଅତ୍ୟଧିକ ରକ୍ତସ୍ରାବ ହେତୁ ଘଟଣାସ୍ଥଳରେ ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଖବର ପାଇ ରାଏବଗା ପୋଲିଶ ଓ ବୀରମିତ୍ରପୁର ଏସ୍‌ଡିପିଓ ଘଟଣାସ୍ଥଳରେ ପହଞ୍ଚି ହତ୍ୟା ଘଟଣାର ତଦନ୍ତ ଜାରି ରଖିଛନ୍ତି ଓ ପାରିପାର୍ଶ୍ୱିକ ସ୍ଥିତିରୁ ବୃଦ୍ଧ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ଆଜି ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ନମୁନା ସଂଗ୍ରହ କରିବେ ବୋଲି ଜଣାଯାଇଛି। ଏହାପରେ ବୃଦ୍ଧ ଦମ୍ପତିଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯିବ । ବାପାମା’ଙ୍କ ମୃତ୍ୟୁ ଖବର ଶୁଣି ସେମାନଙ୍କ ୩ ସନ୍ତାନ ଘରେ ପହଞ୍ଚିଥିବା ବେଳେ କିଏ ଏପରି ହତ୍ୟାକାଣ୍ଡ ଭିଆଇଥିବ ସେମାନେ ସ୍ପଷ୍ଟ ଭାବେ କହିପାରୁ ନାହାନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!