Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମମିତା ମେହେର ହତ୍ୟାକାଣ୍ଡ ମାମଲାରେ କାର୍ୟ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଆଇଆଇସି

by ସଞ୍ଜୟ ସ୍ୱାଇଁ
October 21, 2021
in Crime, State
ମମିତା ମେହେର ହତ୍ୟାକାଣ୍ଡ ମାମଲାରେ କାର୍ୟ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଆଇଆଇସି
271
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): କାର୍ୟ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଆଇଆଇସି ଡମୁ ପରଜା । ମମିତା ମେହେର ହତ୍ୟା ମାମଲାରେ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯାଇଛି । ନିଜ ଦାୟିତ୍ଵରେ ଅବହେଳା ପାଇଁ ଥାନା ଅଧିକାରୀ ନିଲମ୍ବିତ ହୋଇଛନ୍ତି । କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଶ୍ରବଣା ବିବେକ ଏମ୍ ଆଇଆଇସି ଡମୁ ପରଜାଙ୍କ ବିରୋଧରେ ଏଭଳି କାର୍ୟ୍ୟାନୁଷ୍ଠାନ। ମମିତା ମେହେର ହତ୍ୟା ଘଟଣା ସାରା ରାଜ୍ୟରେ ଚହଳ ପକାଇଛି । ଏହାକୁ ନେଇ ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା ଦେଇଥିଲା ବିଜେପି। ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ପରିଚାଳନା ସଭାପତି ଗୋବିନ୍ଦ ସାହୁ ହତ୍ୟା କରି ପୋଡିବା ପରେ ପୋତିଦେବା କଥା ସ୍ପଷ୍ଟ ହେବା ପରେ ଜୋର ଧରିଛି ପ୍ରତିବାଦ । ଗୋବିନ୍ଦଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନେବା ପାଇଁ ଦାବି ହୋଇଛି । ଫଳରେ ବଲାଙ୍ଗୀର ବନ୍ଦ ଡାକରା ଦିଆଯାଇଥିଲା । ସେପଟେ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ୫ ଦିନିଆ ରିମାଣ୍ଡରେ ନେଇଛି ବଲାଙ୍ଗୀର ପୋଲିସ । ହତ୍ୟା ସମ୍ପର୍କରେ ଅଧିକ ପଚରାଉଚରା ଜାରି ରଖିଛି ପୋଲିସ । ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ଏବଂ ବଲାଙ୍ଗୀର ଏସପି ଘଟଣାର ତନାଘନା ଚଳାଇଛନ୍ତି । ଗୋବିନ୍ଦ ସାହୁକୁ ଜେରା କରିବା ସହ ଅଧିକ ତଦନ୍ତ ଚଳାଇଛନ୍ତି ଡିଆଇଜି ଏସପି । ଘଟଣାର ଅଧିକ ତଦନ୍ତ ପାଇଁ ସିନ୍ଧେକେଲା ଥାନାରେ ପହଞ୍ଚିଥିଲେ ଡିଆଇଜି ଓ ବଲାଙ୍ଗୀର ଏସପି । ସିନ୍ଧେକେଲା ଥାନାରେ କିଛି ସମୟ ରହି କଳାହାଣ୍ଡି ଜିଲ୍ଲାର କେଗାଁ ଥାନା ଓ ମହାଲିଙ୍ଗ ଯାଇ ସ୍ପଟ୍ ଭେରିଫିକେସନ କରିବାକୁ ଯାଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!