Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ମୋ ସରକାର ବୈଠକ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
October 22, 2021
in State
ପୁରୀରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ମୋ ସରକାର ବୈଠକ ଅନୁଷ୍ଠିତ
85
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ”ମୋ ସରକାର” ବୈଠକ । ପୁରୀରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ମୋ ସରକାର ବୈଠକ ଅନୁଷ୍ଠିତ ହୋଇଯାଇଛି। ”ମୋ ସରକାର” ଅନ୍ତର୍ଗତ ଉପଲବ୍ଧ ସେବା ସମ୍ପର୍କରେ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି।କାର୍ୟ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ଉତ୍ତମ ବ୍ୟବହାର ସହ ବୃତ୍ତିଗତ ଏବଂ ସେବା ମନୋଭାବ ନେଇ ସେମାନଙ୍କ ସମସ୍ୟା ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବ । ଜନସାଧାରଣ ହିଁ ଶାସନ ବ୍ୟବସ୍ଥାର ମୁଖ୍ୟ ଓ ଗଣତନ୍ତ୍ରର ପ୍ରତିଟି ଅନୁଷ୍ଠାନ ସେମାନଙ୍କ ନିମନ୍ତେ ସମର୍ପିତ । ସେମାନଙ୍କୁ ଉତ୍ତମ ସେବା ଦେବା ସହ ବିଭିନ୍ନ ଜନ କଲ୍ୟାଣକାରୀ କାର୍ୟ୍ୟକ୍ରମରେ ଯୋଗ୍ୟତା ଭିତ୍ତିରେ ସାମିଲ କରାଯିବ ।ବ୍ଲକ ଓ ଜିଲ୍ଲାସ୍ତରୀୟ କାର୍ୟ୍ୟାଳୟକୁ ଆସୁଥିବା ଲୋକମାନଙ୍କ ସବିଶେଷ ବିବରଣୀ ରଖାଯିବ । ସେମାନଙ୍କ ମୋବାଇଲ ନମ୍ବର ପଞ୍ଜିକରଣ କରାଯିବ । ଏଥିନିମନ୍ତେ ବିହିତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପ୍ରକୋଷ୍ଠ ସଂଲଗ୍ମ କୋଠରୀକୁ “ମୋ ସରକାର” ସ୍ବତନ୍ତ୍ର ସେଲ ଭାବେ ଖୋଲା ଯାଇଛି । ଏଥିନିମନ୍ତେ ୬ ଜଣ ଉଚ୍ଚ ଶିକ୍ଷିତା ଭିନ୍ନକ୍ଷମ ମହିଳାଙ୍କୁ ଡାଟା ଏଣ୍ଟ୍ରି ଅପରେଟର ଭାବେ ନିଯୁକ୍ତ ଦିଆଯାଇଛି ।ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଓ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!