Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ଶେଷକୃତ୍ୟ ସମ୍ପନ୍ନ

by ସଞ୍ଜୟ ସ୍ୱାଇଁ
October 22, 2021
in State
ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ଶେଷକୃତ୍ୟ ସମ୍ପନ୍ନ
94
VIEWS
Share on FacebookShare on Twitter

ମାଲକାନଗିରି/ମାଥିଲି, (ବାଘୁଆବାର୍ତ୍ତା): ଓଡ଼ିଶା ବିଧାନସଭାର ପୂର୍ବତନ ଉପ ବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ ଶେଷ ହୋଇଛି । ଗତ ବୁଧବାର ଦିନ ଚିକିତ୍ସାଧିନ ଅବସ୍ଥାରେ ଭୁବନେଶ୍ବର ଏମସ୍‌ରେ ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କର ମୃତ୍ୟୁ ହୋଇଥିଲା । ଭୁବନେଶ୍ୱରରେ ଶ୍ରଦ୍ଧାଞ୍ଜଳୀ ଦେବାପରେ ତାଙ୍କ ପାର୍ଥିବ ଶରୀରକୁ ନିଜ ଗାଁ ପାଙ୍ଗାମ କୁ ଅଣାଯାଇଥିଲା । ପାଙ୍ଗାମ ଠାରେ ଥିବା ଶ୍ରୀ ଦୋରା ଙ୍କ ବାସଭବନ ଠାରେ ଜିଲ୍ଲାର ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ପହଞ୍ଚି ଶେଷ ଦର୍ଶନ କରିଥିଲେ । ସ୍ବର୍ଗତ ଦୋରା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳ ରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ଦୁଇଥର ଉପବାଚସ୍ପତି ଭାବେ ଦାୟିତ୍ବ ତୁଲାଇଥିଲେ । ସ୍ବର୍ଗତ ଦୋରା ଙ୍କ ବିୟୋଗରେ ମାଥିଲି ବ୍ଳକ ର ବିଭିନ୍ନ ଅଂଚଳରେ ଦୋକାନବଜାର ବନ୍ଦ କରାଯାଇଥିଲା ।।ପାଙ୍ଗାମ ସ୍ଥିତ ବାସଗୃହ ଏକ ପ୍ରକାର ଲୋକାରଣ୍ୟ ହୋଇପଡିଥିଲା । ଏକ ଶୋଭାଯାତ୍ରାରେ ତାଙ୍କ ମୃତ ଦେହ କୁ ପାଙ୍ଗାମ ଶ୍ମଶାନ କୁ ନିଆଯାଇଥିଲା। ପ୍ରଶାସନ ତରଫରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ନବରଙ୍ଗପୁର ସାଂସଦ ରମେଶ ମାଝୀ , ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ,ବିଧାୟକ ଆଦିତ୍ୟ ମାଢୀ , ଜିଲାପାଳ ବିଶାଳ ସିଂ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ଜିଲ୍ଲା ତଥା ଜିଲ୍ଲା ବାହାରୁ ବିଭିନ୍ନ ଦଳୀୟ ନେତା, କର୍ମୀ , ସମାଜସେବୀ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ଦୋରା ଙ୍କୁ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଥିଲେ । କରୋନା ରେ ଶ୍ରୀ ଦୋରା ଙ୍କ ମୃତ୍ୟୁ ହୋଇଥିବାରୁ ପିପିଇ କିଟ ପିନ୍ଧି ସରକାରୀ ନିୟମ ଅନୁଯାୟୀ ଶେଷକୃତ୍ୟ ସଂମ୍ପନ୍ନ କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!