Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର

by ସଞ୍ଜୟ ସ୍ୱାଇଁ
October 23, 2021
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
58
VIEWS
Share on FacebookShare on Twitter

ଭୁବନ, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ମରଣାନ୍ତକ ଆକ୍ରମଣ। ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଯମୁନାକୋଟ ଗ୍ରାମରେ ଗତକାଲି ରାତି ପ୍ରାୟ ୯ଟା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ବାପ-ପୁଅଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଯମୁନାକୋଟ ଗ୍ରାମର ସର୍ବେଶ୍ଵର ବାରିକ ଓ ତାଙ୍କ ପୁଅ ସଞ୍ଜିବ(୨୩)ଙ୍କ ଉପରେ ଗତକାଲି ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ସଙ୍ଘବଦ୍ଧ ଆକ୍ରମଣ ହୋଇଥିବା ଜଣା ପଡିଛି। ପୂର୍ବରୁ ଦୁଇ ଗୋଷ୍ଠୀ ମଧ୍ୟରେ ବାଲି ଘାଟକୁ କେନ୍ଦ୍ରକରି ତିକ୍ତତା ଲାଗି ରହିଥିଲା। ଗତକାଲି ରାତି ୯ଟା ସମୟରେ ସର୍ବେଶ୍ଵର ବାରିକ (୫୬) ଘରେ ବସି ଟିଭି ଦେଖୁଥିବା ସମୟରେ ଗ୍ରାମର ପ୍ରତାପ ବେହେରା ଓ ତାର ସାଥୀମାନେ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ସର୍ବେଶ୍ଵର ଓ ତାଙ୍କ ପୁଅ ଗୁରୁତର ହୋଇଛନ୍ତି। ତେବେ ଘଟଣା ଘଟାଇ ପ୍ରତାପ ବେହେରା ଓ ତାର ସାଥୀମାନେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି। ଗୁରୁତର ବାପ-ପୁଅଙ୍କୁ ପରିବାର ଲୋକେ ପ୍ରଥମେ ଭୁବନ ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ଭୁବନ ଡାକ୍ତର ଗୁରୁତର ବାପପୁଅଙ୍କୁ କଟକ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଭୁବନ ପୋଲିସ ପହଞ୍ଚି ତଦନ୍ତ ଚଳାଇଥିବା ବେଳେ ଅଭିଯୁକ୍ତ ପ୍ରତାପ ବେହେରା ଓ ତାର ସାଥୀମାନେ ଫେରାର ଅଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!