Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଣିକି ରାଜ୍ୟରେ ନନଷ୍ଟପ୍ ଚାଲିବ ଟିକାକରଣ, ଦିଦି ବୁଲୁଛନ୍ତି ଘରକୁ ଘର

by ସଞ୍ଜୟ ସ୍ୱାଇଁ
November 2, 2021
in Health, State
ଏଣିକି ରାଜ୍ୟରେ ନନଷ୍ଟପ୍ ଚାଲିବ ଟିକାକରଣ, ଦିଦି ବୁଲୁଛନ୍ତି ଘରକୁ ଘର
90
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଏଣିକି ରାଜ୍ୟରେ ନନଷ୍ଟପ୍ ଚାଲିବ ଟିକାକରଣ । ଆଜିଠୁ ଘର ଘର ବୁଲି ଟିକା ନେଇନଥିବା ଲୋକଙ୍କୁ ଚିହ୍ନଟ କରିଛନ୍ତି ଅଙ୍ଗନବାଡ଼ି ଓ ସ୍ବାସ୍ଥ୍ୟକର୍ମୀ । ପ୍ରଥମ ଡୋଜ୍ ନେବା ପରେ ଦ୍ବିତୀୟ ଡୋଜ୍ ଟିକା ନେବାକୁ ଲୋକ ଭୁଲି ଯାଉଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୦ ଲକ୍ଷ ଲୋକ ଦ୍ବିତୀୟ ଡୋଜ୍ ନେଇନାହାନ୍ତି । ତେଣୁ ଏମାନଙ୍କୁ ଚିହ୍ନଟ କରିବା ପାଇଁ ଆଜିଠୁ ଗାଁଠାରୁ ଆରମ୍ଭ କରି ସହର ଯାଏଁ ଟିକା ଦେବା ପାଇଁ ଅଭିଯାନ ଆରମ୍ଭ କରିଛି ସ୍ବାସ୍ଥ୍ୟ ବିଭାଗ । ତୁରନ୍ତ ଏମାନଙ୍କର ତାଲିକା ପ୍ରସ୍ତୁତ କରି ଦ୍ବିତୀୟ ଡୋଜ୍ ଟିକା ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । ଯେଉଁ ଗାଁରେ ଅଧିକ ଲୋକ ଟିକା ନେଇନଥିବେ, ସେଠାରେ ଟିକାଦାନ କେନ୍ଦ୍ର କରାଯିବ । ରାଜ୍ୟରେ ୨କୋଟି ୫୭ ଲକ୍ଷ ପ୍ରଥମ ଡୋଜ ଟିକା ନେଇଛନ୍ତି । ୩୦ଲକ୍ଷ ଲୋକ ଅବଧି ସମୟ ସରିବା ପରେ ବି ଦ୍ବିତୀୟ ଡୋଜ୍‌ ଟିକା ନେଇନାହାନ୍ତି । ଚଳିତ ମାସ ଶେଷ ସୁଦ୍ଧା ସମସ୍ତଙ୍କୁ ପ୍ରଥମ ଡୋଜ୍ ଟିକା ଦେବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଯୋଜନା କରିଛି । ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ସୁଦ୍ଧା ୧୬ ଲଷ ୨୧ ହଜାର ୨୭୯ ଜଣଙ୍କୁ କୋଭିଡ ଟିକା ଦିଆଯାଇଛି । ସେମାନଙ୍କ ମଧ୍ୟରୁ ପ୍ରଥମ ଡୋଜ ୧୧ ଲଷ ୨୬ ହଜାର ୨୯୨ ଓ ଦ୍ଵିତୀୟ ଡୋଜ ୪ ଲଷ ୯୪ ହଜାର ୯୮୪ ଜଣଙ୍କୁ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ରାଉରକେଲା ମହାନଗର ନିଗମର ବିଭିନ୍ନ ବସ୍ତି ଅଞ୍ଚଳ ସହିତ ୧୦ଟି ବ୍ଲକରେ ଏମଏମଭି ଜରିଆରେ ମୋଟ ୪୪ ହଜାର ୨୮୮ ଜଣଙ୍କର ଟିକାକରଣ କରାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!