Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ: ଛାତ୍ରଛାତ୍ରୀଙ୍କ ମନରେ ଉକ୍ରଣ୍ଠା ଦେଖାଦେଇଛି

by ସଞ୍ଜୟ ସ୍ୱାଇଁ
November 15, 2021
in Breaking
ଆଜିଠୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ: ଛାତ୍ରଛାତ୍ରୀଙ୍କ ମନରେ ଉକ୍ରଣ୍ଠା ଦେଖାଦେଇଛି
67
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଦୀର୍ଘ ଦେଢ ବର୍ଷ ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଖୁସି ଖବର । ଆଜିଠୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ । ସ୍କୁଲ୍ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଆଜିଠାରୁ ରାଜ୍ୟରେ ଖୋଲିବାକୁ ଯାଉଛି ଷଷ୍ଠ ଓ ସପ୍ତମ ଶ୍ରେଣୀ । ଦୀର୍ଘ ୧୮ ମାସର ବ୍ୟବଧାନ ପରେ ବହିବସ୍ତାନୀ ଧରି ସ୍କୁଲ ଯିବେ ପିଲା । ସକାଳ ୯ଟା ୩୦ରୁ ଦିନ ଗୋଟାଏ ପର୍ୟ୍ୟନ୍ତ ଚାଲିବ ପାଠପଢା। କୋଭିଡ କଟକଣା ଭିତରେ ସ୍କୁଲ୍ ଖୋଲି ଅଫଲାଇନ୍ କ୍ଲାସ୍ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଛି। ତେବେ ଛୋଟ ପିଲାଙ୍କ ସ୍କୁଲ୍ ଖୋଲିବ କି ନ ଖୋଲିବ ଏହାକୁ ନେଇ ବିଚାର ବିମର୍ଶ ଚାଲିଥିଲା। ବର୍ତ୍ତମାନ କରୋନା ସଂକ୍ରମଣ ପ୍ଲାଟୋ ସ୍ଥିତିରେ ରହିଥିବା ବେଳେ ଶିକ୍ଷା କ୍ଷେତ୍ରକୁ ଆଗକୁ ବଢାଇବାକୁ ଏପରି ନିଷ୍ପତ୍ତି ନିଆଯାଇଛି । ତେବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଲାଗି ଉଭୟ ଅନଲାଇନ୍ ଏବଂ ଅଫଲାଇନ୍ କ୍ଲାସ୍ ଜାରି ରହିବ। କରୋନା ସଂକ୍ରମଣ ପାଇଁ ବହୁ ସମୟ ଧରି ରାଜ୍ୟ ତଥା ଦେଶରେ ଶିକ୍ଷା ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥିଲେ ମଧ୍ୟ ଏବେ ଧୀରେ ଧୀରେ ସଂକ୍ରମଣ ହାର କମିବା ସହ ପିଲାଙ୍କ ଅଫଲାଇନ୍ ପାଠ ପଢା ପୁଣି ଥରେ ଆରମ୍ଭ ହେବାରେ ଲାଗିଛି। ସେହିପରି ପୂର୍ବରୁ ଅଷ୍ଟମରୁ ଦ୍ଵାଦଶ ଶ୍ରେଣୀ ପର୍ୟ୍ୟନ୍ତ ପାଠପଢା ଜାରି ରହିଛି। ସୁରୁଖୁରୁରେ ପାଠପଢା ବି ଚାଲିଛି। ଆଜିଠାରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲୁଛି । ପିଲାଏ ସ୍କୁଲ ଆସିବା ପୂର୍ବରୁ କ୍ଲାସ ରୁମ୍ କୁ ପରିଷ୍କାର କରିବା ସହ ସାନିଟାଇଜ୍ ମଧ୍ୟ କରାଯାଉଛି । ପିଲାମାନେ ସ୍କୁଲ ଆସିବାକୁ ହେଲେ ଅଭିଭାବକଙ୍କ ଅନୁମତି ନିହାତି ଆବଶ୍ୟକ ବୋଲି କୁହାଯାଇଛି। ପର୍ୟ୍ୟାୟକ୍ରମେ ଶ୍ରେଣୀଗୃହ ପାଠପଢାକୁ ଗଣଶିକ୍ଷା ବିଭାଗ ଗୁରୁତ୍ୱ ଦେଇଛି । ଅନ୍ୟପଟେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଓ ହାତକୁ ସାନିଟାଇଜ କରିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଯେଉଁ ସ୍ଥାନରେ କରୋନା ସଂକ୍ରମଣ ଅଧିକ ରହିଥିବା ସେଠାରେ ବିଦ୍ୟାଳୟ ଖୋଲିବା ନିମନ୍ତେ ଚୂଡ଼ାନ୍ତ ନିଷ୍ପତ୍ତି ଜିଲ୍ଲାପାଳ ମାନେ ନେଇପାରିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!