Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଉମେଶ ଚନ୍ଦ୍ର ସ୍ବାଇଁଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

by ସଞ୍ଜୟ ସ୍ୱାଇଁ
November 17, 2021
in Feature News, State
ଆସନ୍ତା ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ବଲପୁର ଜିଲ୍ଲା ଗସ୍ତ
49
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଜଗତସିଂହପୁର ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଉମେଶ ଚନ୍ଦ୍ର ସ୍ବାଇଁଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, “ବାଲିକୁଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ବାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ତାଙ୍କ ନିଃସ୍ବାର୍ଥପର ସେବା ଓ ଜନ କଲ୍ୟାଣକାରୀ କାର୍ୟ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।” ସୂଚନାଯୋଗ୍ୟ ଯେ, ଜଗତସିଂହପୁର-ବାଲିକୁଦାର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଉମେଶ ଚନ୍ଦ୍ର ସ୍ବାଇଁଙ୍କର ୮୯ ବର୍ଷ ବୟସରେ ଦେହାନ୍ତ ହୋଇଛି । ଉମେଶ ସ୍ବାଇଁ ବାଲିକୁଦା ନିର୍ବାଚନମଣ୍ଡଳୀରୁ ୪ ଥର ବିଧାୟକ ଭାବେ ଜିତିଥିଲେ । ସେ୧୯୭୭ରୁ ୧୯୮୦, ୧୯୯୦ରୁ ୧୯୯୫, ୨୦୦୦ରୁ ୨୦୦୫ ଓ ୨୦୦୫ରୁ ୨୦୦୯ ପର୍ୟ୍ୟନ୍ତ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ । ନିଜ କାର୍ୟ୍ୟକାଳ ସମୟରେ ଅନେକ ଉନ୍ନତିମୂଳକ କାର୍ୟ୍ୟ କରି ଲୋକଙ୍କ ଗହଣରେ ବେଶ୍‌ ପରିଚିତ ହୋଇଥିଲେ । ଜଗତସିଂହପୁର ମାଛଗାଁ ଠାରେ ଜନ୍ମ ଗ୍ରହଣ କରିଥିବା ଉମେଶ ସ୍ବାଇଁ ସାରା ଜିଲ୍ଲାରେ ଜଣେ ବେଶ୍ ଲୋକପ୍ରିୟ ରାଜନେତା ଭାବରେ ପରିଚିତ ଥିଲେ । ତାଙ୍କର ବିୟୋଗରେ ସାରା ଜଗତସିଂହପୁର ଜିଲ୍ଲାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!