Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଗଣା ସ୍ୱାସ୍ଥ୍ୟ ଶିବିର ପାଇଁ ଚୂଡ଼ାନ୍ତ ବୈଠକ:ଯୋଗ ଦେବେ ୧୨ଟି ବିଭାଗର ୨୧ ଡାକ୍ତର

by ସଞ୍ଜୟ ସ୍ୱାଇଁ
November 27, 2021
in Breaking, Nayagarh
ମାଗଣା ସ୍ୱାସ୍ଥ୍ୟ ଶିବିର ପାଇଁ ଚୂଡ଼ାନ୍ତ ବୈଠକ:ଯୋଗ ଦେବେ ୧୨ଟି ବିଭାଗର ୨୧ ଡାକ୍ତର
237
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ବିଶାଳ ମାଗଣା ସ୍ୱାସ୍ଥ୍ୟ ଶିବିର ରବିବାର ଅନୁଷ୍ଠିତ ହେବ । ଏଥିପାଇଁ ଆଜି ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସଭାଗୃହରେ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଅରୁଣ ମହାନ୍ତି, ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ ପ୍ରଧାନ ଯୋଗ ଦେଇ କାର୍ଯ୍ୟକ୍ରମ ସଂମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ମନ୍ତ୍ରୀ ଡ. ସାହୁ ତାଙ୍କ ବକ୍ତବ୍ୟରେ ମାଗଣା ସ୍ୱାସ୍ଥ୍ୟ ଶିବିର ସଂମ୍ପର୍କରେ ସୂଚନା ପ୍ରଦାନ କରିବା ସହ ସ୍ୱେଚ୍ଛାସେବୀ ମନବୃତ୍ତି ବୃଦ୍ଧି ପାଇଁ କାର୍ଯ୍ୟକ୍ରମର ଆବଶ୍ୟକତା ଥିବା କହିଛନ୍ତି । ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଆୟୋଜିତ ଏହି ସ୍ୱାସ୍ଥ୍ୟ ଶିବିରରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ, ପୈାର ପରିଷଦ ଏବଂ ଜିଲ୍ଲା ପ୍ରଶାସନ ସହଯୋଗ ରହିଥିବା ଜଣାଯାଇଛି । ୧୨ଟି ସ୍ୱାସ୍ଥ୍ୟ ସମ୍ପର୍କିତ ବିଭାଗ ପାଇଁ ୨୧ ଜଣ ଡାକ୍ତର ଶିବିରରେ ଯୋଗ ଦେଉଥିବା ସୂଚନା ମିଳିଛି । ମୁଖ୍ୟତଃ ଆମ୍ରି ହସ୍ପିଟାଲର ୯ ଜଣ ଡାକ୍ତର ରୋଗୀ ସେବା ପାଇଁ ଆସୁଥିବା ସୂଚନା ମିଳିଛି । ଭେଷଜ, ସ୍ତ୍ରୀ ଓ ପ୍ରସୂତି, ପାକସ୍ଥଳୀ ଓ ଅନ୍ତନଳୀ, ଅସ୍ଥୀତ, ମାନସିକ, କର୍ଳଟ, ଚର୍ମ, ଶିଶୁ, ହୃଦ୍ରୋଗ, ସ୍ୱାୟୁ, ଅନ୍ତଃଶ୍ରାବ ଓ ମଧୁମେହ, କର୍ଣ୍ଣ-ନାଶା-ଗଳା ଭଳି ବିଭାଗର ଡାକ୍ତର ଯୋଗ ଦେବା ପାଇଁ ସୂଚନା ମିଳିଛି । ଜିଲ୍ଲାର କୋଣ ଅନୁକୋଣରୁ ଆସିବାକୁ ଥିବା ରୋଗୀଙ୍କୁ ସ୍ୱାଗତ କରିବା ସହ କରୋନା ପରୀକ୍ଷା କରାଇବା, ଡାକ୍ତରଙ୍କ ପାଖରେ ପହଞ୍ଚାଇବା ପାଇଁ ସ୍ୱେଚ୍ଛାସେବୀମାନଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ କରାଯାଇଛି । ସେହିଭଳି ରୋଗୀଙ୍କୁ ଔଷଧ ଯୋଗାଣ ପାଇଁ ସ୍ୱତନ୍ତ୍ର ସୁବିଧା କରାଯାଇଥିବା ସୂଚନା ମିଳିଛି । ଆୟୋଜିତ ବୈଠକରେ ନୟାଗଡ଼ ସହରର ସମସ୍ତ ବୁଦ୍ଧିଜୀବୀ ଏବଂ ସ୍ୱେଚ୍ଛାସେବୀମାନେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ମନ୍ତ୍ରୀ ଡ. ସାହୁ ସମସ୍ତଙ୍କୁ ନିବେଦନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!