Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୦ ଜିଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମିଳିବ ମାଗଣା ପ୍ରଶିକ୍ଷଣ

by ସଞ୍ଜୟ ସ୍ୱାଇଁ
December 13, 2021
in Education, State
୩୦ ଜିଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମିଳିବ ମାଗଣା ପ୍ରଶିକ୍ଷଣ
334
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟ ସରକାର ଯୋଗାଇବେ ମାଗଣା ପ୍ରିଶକ୍ଷଣ । ୩୦ ଜିଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମିଳିବ ମାଗଣା ପ୍ରଶିକ୍ଷଣ । ଏକାଦଶ ଶ୍ରେଣୀର ପଢୁଥିବା ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ବିଭିନ୍ନ ଜାତୀୟ ପ୍ରବେଶିକା ପରୀକ୍ଷାର କୋଚିଂ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ପାଠ ପଢୁଥିବା ବିଦ୍ୟାର୍ଥୀଙ୍କୁ ଏହି ପ୍ରଶିକ୍ଷଣ ମିଳିବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁଯାୟୀ ଛାତ୍ରଛାତ୍ରୀଙ୍କୁ ମେଡିକାଲ(ନିଟ୍‌), ଆଇଆଇଟି, ଜେଇଇ(ଇଞ୍ଜିନିୟରିଂ) ଓ ନ୍ୟାସନାଲ ଡିଫେନ୍ସ ଏକାଡେମୀ (ଏନଡିଏ) ପ୍ରବେଶିକା ପରୀକ୍ଷାରେ ପ୍ରସ୍ତୁତି ପାଇଁ ପ୍ରଶିକ୍ଷଣ ଦିଆଯିବ । ଏଥିପାଇଁ ଆସନ୍ତା ୧୫ ତାରିଖରୁ ଛାତ୍ରଛାତ୍ରୀ ନାମ ପଞ୍ଜିକରଣ କରିପାରିବେ । unacadiy.com/scholarship/odisha-scholarship-test ରେ ଲଗଇନ୍‌ କରି ନାମ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ । ଅନଲାଇନ୍ ପଞ୍ଜିକରଣ ଆରମ୍ଭ ହୋଇ ଜାନୁଆରୀ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ । ପଞ୍ଜିକରଣ କରିଥିବା ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କରିବା ପରେ ପ୍ରଶିକ୍ଷଣ ପାଇଁ ମନୋନୟନ କରାଯିବ । ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷାର ୫୦% ମାର୍କ ଏବଂ ହେବାକୁ ଥିବା ପ୍ରବେଶିକାର ୫୦% ମାର୍କକୁ ବିଚାରକୁ ନେଇ ଯୋଗ୍ୟତା ଭିତ୍ତିରେ ବିଦ୍ୟାର୍ଥୀ ମନୋନୟନ କରାଯିବ । ପ୍ରଶିକ୍ଷଣ ପାଇଁ ଆବେଦନ କରିଥିବା ଛାତ୍ରଛାତ୍ରୀଙ୍କ ଲାଗି ଜାନୁଆରୀ ୧୫ ତାରିଖ ଦିନ ୧୧ଟାରେ ପରୀକ୍ଷା ହେବ । ଅର୍ଥାଭାବ ଯୋଗୁଁ ମେଡିକାଲ ଓ ଇଞ୍ଜିନିୟରିଂ ଭଳି ଶିକ୍ଷାରୁ ଗରିବ ମେଧାବୀ ଛାତ୍ରଛାତ୍ରୀ ବଞ୍ଚିତ ନହେବେ ସେଥିପ୍ରତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଧ୍ୟାନ ଦିଆଯାଉଛି । ଦେଶର ଅଗ୍ରଣୀ ପ୍ରଶିକ୍ଷଣ ପ୍ରଦାନକାରୀ ସଂସ୍ଥା ଅନ୍‌ ଏକାଡେମୀ ଏହି ପ୍ରଶିକ୍ଷଣ ଦେବ । ଅଭିଭାବକଙ୍କର ବାର୍ଷିକ ୬ ଲକ୍ଷରୁ କମ୍‌ ରୋଜଗାର ଥିବା ଛାତ୍ରଛାତ୍ରୀ ଆବେଦନ କରିପାରିବେ । +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ପଢୁଥିବା ବିଦ୍ୟାର୍ଥୀଙ୍କୁ ସୁଯୋଗ ମିଳିବ । ୩୦ ଜିଲ୍ଲାରେ ୨୦୨୧-୨୨ ଶିକ୍ଷାବର୍ଷରେ ମୋଟ ୧ ହଜାର ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ଦିଆଯିବ । ମୋଟ ୩ ହଜାର ଛାତ୍ରଛାତ୍ରୀଙ୍କ ମେଧା ତାଲିକା ପ୍ରକାଶ ପାଇବ । ଯୋଗ୍ୟତା ଅର୍ଜନ କରିଥିବା ପ୍ରାର୍ଥୀ ପ୍ରଶିକ୍ଷଣ ନ ନେଲେ ଅପେକ୍ଷା ତାଲିକାରେ ଥିବା ପ୍ରାର୍ଥୀଙ୍କୁ ଦିଆଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!