Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
December 20, 2021
in Health, State
‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
94
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ଜନସାଧାରଣ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା ପାଇପାରିବେ। ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ୟ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ । ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି। ଏହି କାର୍ୟ୍ୟକ୍ରମ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନଵ ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫ଟି ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!