Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ୍

by ସଞ୍ଜୟ ସ୍ୱାଇଁ
January 6, 2022
in Health, State
ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ୍
398
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ୍ । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବଲାଙ୍ଗୀର ଜିଲ୍ଲାର ହୋଇଥିବା ନେଇ ସୂଚନା ମିଳିଛି । ସମ୍ବଲପୁର ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ବଲାଙ୍ଗିର ସିଡିଏମଓ ଡ଼. ସ୍ନେହଲତା ସାହୁ ସୂଚନା ଦେଇଛନ୍ତି । ମୃତକ ଜଣଙ୍କ ବଲାଙ୍ଗୀର ଆଗଲପୁର ଅଞ୍ଚଳର ଜଣେ ମହିଳା ବୋଲି ଜଣାପଡିଛି । ଏହା ବଲାଙ୍ଗୀର ଜିଲ୍ଲାର ପ୍ରଥମ ଓମିକ୍ରନ୍ କେସ୍ ଥିଲା । ବଲାଙ୍ଗୀର ସିଡିଏମଓ ସୂଚନା ଅନୁଯାୟୀ, ବଲାଙ୍ଗୀର ଆଗଲପୁର ଅଞ୍ଚଳର ଜଣେ ସ୍ବାସ୍ଥ୍ୟଗତ କାରଣରୁ ତଳେ ପଡିଯାଇଥିଲେ । ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରୁ ତାଙ୍କୁ ସମ୍ବଲପୁର ସ୍ଥିତ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଗତ ୨୩ ତାରିଖରେ ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କଠାରେ କୋଭିଡ୍ ଲକ୍ଷଣ ଦେଖାଯିବା ପରେ ପରୀକ୍ଷା କରାଯାଇଥିଲା । ଏହାପରେ ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଜେନେମ ସିକ୍ବେନ୍ସିଂ ପାଇଁ ତାଙ୍କ ନମୁନା ପଠାଯାଇଥିଲା । ବୁଧବାର ଦିନ ସେ ଓମିକ୍ରନ୍ ସଂକ୍ରମିତ ହୋଇଥିବା ରିପୋର୍ଟ ହସ୍ତଗତ ହୋଇଥିଲା । ରିପୋର୍ଟ ହସ୍ତଗତ ହେବା ପୂର୍ବରୁ ଗତ ୨୭ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ଏକ ଟିମ୍ ସଂପୃକ୍ତ ମୃତକଙ୍କ ଘରେ ପହଞ୍ଚି ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କର ଆରଟିପିସିଆର ଟେଷ୍ଟ କରିବା ସହ ତାଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରଖିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!