Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା କବଳରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

by ସଞ୍ଜୟ ସ୍ୱାଇଁ
January 10, 2022
in Health, NATIONAL NEWS
କରୋନା କବଳରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
81
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): କରୋନା କବଳରେ ପ୍ରତିରକ୍ଷା ମନ୍ତ୍ରୀ। ସାରା ବିଶ୍ୱକୁ କଲବଲ କରୁଥିବା କରୋନା କବଳରୁ ଏବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ବାଦ୍‌ ପଡିନାହାନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ୭୦ ବର୍ଷୀୟ ପ୍ରତିରକ୍ଷାମନ୍ତ୍ରୀଙ୍କ ପାଖରେ କରୋନାର ସାମାନ୍ୟ ଲକ୍ଷଣ ରହିଛି। କରୋନା ପଜିଟିଭ ହେବା ପରେ ସେ ନିଜକୁ ହୋମ୍‌ କ୍ୱାରେଣ୍ଟାଇନ୍‌ କରିଛନ୍ତି। ଗତ ଏକ ସପ୍ତାହ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଥିଲେ ସେମାନେ ନିଜକୁ ଆଇସୋଲେଟ କରିବା ସହ କରୋନା ଟେଷ୍ଟ କରାଇ ନେବାକୁ ସେ ଟ୍ୱିଟ୍‌ କରି ଅନୁରୋଧ କରିଛନ୍ତି। ଭାରତରେ ଗତ କିଛି ହେଲା କରୋନା ମାମଲା ଦ୍ରୁତ ଗତିରେ ବଢ଼ି ଚାଲିଛି। ରାଜନାଥ ସିଂହଙ୍କ ପୂର୍ବରୁ ରବିବାର ଦିନ କେନ୍ଦ୍ର ଇଲେକ୍‌ଟ୍ରୋନିକ ଓ ସୂଚନା ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସମେତ ଅନେକ ମନ୍ତ୍ରୀ ଆଉ ନେତା ମଧ୍ୟ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇସାରିଲେଣି। ଚାରିଆଡେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌କୁ ନେଇ ଜାରି ରହିଛି ଆତଙ୍କ। ଏହି କାରଣ ଯୋଗୁଁ ଲୋକଙ୍କୁ ସୁରକ୍ଷିତ ରହିବା ଏବଂ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ବଜାୟ ରଖିବାକୁ ନିର୍ଦ୍ଦେଶ ଦିଆଯାଉଛି। କୁହାଯାଉଛି ଯେ, ଭାରତରେ ଫେବ୍ରୁଆରୀ ମାସ ଆଡକୁ କରୋନା ଚରମ ସୀମାରେ ପହଞ୍ଚିବ। ପିକ୍‌ ମୋଡରେ ରହିବ କରୋନା। ଏହାପରେ ଧୀରେ ଧୀରେ କମିବ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!