Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁରେ ସିରିଜ୍ ଉଦ୍ଘାଟନ

by ସଞ୍ଜୟ ସ୍ୱାଇଁ
December 11, 2019
in Planning and Development
ଓଡ଼ଗାଁରେ ସିରିଜ୍ ଉଦ୍ଘାଟନ
22
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁଠାରେ ଆଜି ମାରାଥନ୍ ସିରିଜ୍ ଉଦ୍ଘାଟିନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଥିବା ବେଳେ ସମ୍ମ।।ନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି ଯୋଗ ଦେଇଥିଲେ । ବିଜ୍ଞାପିତ ଅଂଚଳ ପରିଷଦ ଦ୍ୱାରା ନିର୍ମାଣ ହୋଇଥିବା ରଘୁନାଥ ହସ କ୍ଲବକୁ ଅତିଥିମାନେ ଉଦ୍ଘାଟନ କରିବା ପରେ ମନ୍ତ୍ରୀ ଡ. ସାହୁ ଓଡ଼ଗାଁ ବରିଷ୍ଠ ନାଗରିକ ମାନଙ୍କ ସହ ଅଂଚଳର ବିକାଶ ନେଇ ଆଲୋଚନ କରିଥିଲେ । ଏହାପରେ ଓଡ଼ଗାଁ ଆଖୁପଦରଠାରେ ଶିକ୍ଷା ବିଭାଗ ଦ୍ୱାରା ନବ ନିର୍ମିତ ଆଦର୍ଶ ବିଦ୍ୟାଳୟର ଗୃହକୁ ଅତିଥିମାନେ ଉଦ୍ଘାଟିତ କରିଥିଲେ । ୪ କୋଟି ଟଙ୍କାରେ ଏହି ବିଦ୍ୟାଳୟ ଗୃହକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ମାଣ କରିଛି । ଏଥିସହିତ ଓଡ଼ଗାଁ ରାବେରା ନିକଟରେ ରାଷ୍ଟ୍ରିୟ କୃଷି ବିକାଶ ଯୋଜନାରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଉଦ୍ୟାନ ଭବନକୁ ଅତିଥିମାନେ ଉଦ୍ଘାଟନ କରିଥିଲେ । ଏହି ଅବସରରେ ଉଦ୍ୟାନ ଭବନ ନିକଟରେ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ସଭାପତି ଲୋକନାଥ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଡ. ସାହୁଙ୍କ ସମେତ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷା ମମତା ବେହେରା, ଓଡ଼ଗାଁ ବିଜ୍ଞାପିତ ଅଂଚଳ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଫୁଲ ଚନ୍ଦ୍ର ମହାପାତ୍ର, ଉଦ୍ୟାନ ଉପକୃଷି ନିର୍ଦ୍ଦେଶକ ସୁଧାକର ସାହୁ, ବ୍ଲକ ଉପାଧ୍ୟକ୍ଷା ବିରଜା ଲକ୍ଷ୍ମୀ ସାହୁ, ଜିଲ୍ଲା ପରିଷଦ ସଭ୍ୟ ବିଭୂ ପ୍ରସାଦ ସାହୁ, ଓଡ଼ଗାଁ ମଣ୍ଡଳ ଉନ୍ନୟନ ଅଧିକାରୀ ସ୍ୱାତୀ ଲେଖା ଦାଶ, ସ୍ଥାନୀୟ ସରପଂଚ ପ୍ରମୂଖ ଉପସ୍ଥିତ ରହିଥିଲେ । ଏହି ଅବସରରେ ମନ୍ତ୍ରୀ ଓଡ଼ଗାଁ ବିଜ୍ଞାପିତ ଅଂଚଳ ପରିଷଦ ଓ ବ୍ଲକର ବିଭିନ୍ନ ପଂଚାୟତର ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!