Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଷ୍କର୍ମକାରୀ ଶିକ୍ଷକ କୋର୍ଟ ଚାଲାଣ

by ସଞ୍ଜୟ ସ୍ୱାଇଁ
December 17, 2019
in Crime, Nayagarh, State
ଦୁଷ୍କର୍ମକାରୀ ଶିକ୍ଷକ କୋର୍ଟ ଚାଲାଣ
43
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହରରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦୁଷ୍କର୍ମକାରୀ ଶିକ୍ଷକଙ୍କୁ ପୁଲିସ ଗିରଫ କରିଥିବା ବେଳେ ଆଜି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ଶିକ୍ଷକ ଜଣଙ୍କ ହେଲେ ଶରଣକୂଳ ଥାନା ଡମସାହିର ରଂଜନ କୁମାର ପ୍ରଧାନ । ସୂଚନାନୁସାରେ, ରଂଜନ ନୟାଗଡ଼ ସଦର ବ୍ଲକ କରଡ଼ାବଣି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ବେଳେ ନୟାଗଡ଼ ସହର ମଧୁସୂଦନ ନଗରରେ ରହୁଥିଲେ । ରଂଜନ ନୟାଗଡ଼ ସହରର ଜଣେ ଅବସର ପ୍ରାପ୍ତ ଶିକ୍ଷକଙ୍କ ସହ ବନ୍ଧୁତା କରିବା ସହ ତାଙ୍କ ଘରକୁ ଯାଆସ କରୁଥିଲେ । ଫଳରେ ଏହି ଅବସର ପ୍ରାପ୍ତ ଶିକ୍ଷକଙ୍କ ଝିଅ ସହ ରଂଜନ ଘରେ କେହି ନଥିବାର ସୁଯୋଗ ନେଇ ବାରମ୍ବାର ଦୁଷ୍କର୍ମ କରିଥିବା ନୟାଗଡ଼ ଟାଉନଥାନାରେ ଅଭିଯୋଗ ହୋଇଥିଲା । ଯୁବତୀ ଜଣଙ୍କୁ ଘଟଣା ଲୁଚାଇବାକୁ ଧମକ ଦେଇ ରଂଜନ ବାରମ୍ବାର ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏପରିକି ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଥିବାରୁ ପୁଲିସ ଘଟଣାକୁ ଗୁରୁତର ସହ ନେଇ ନୟାଗଡ଼ ଏସଡିପିଓ ନୀରଜଂନ ପାଢ଼ୀ ଏହାର ତଦନ୍ତ କରିଥିଲେ । ଗତକାଲି ରଂଜନଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ଉଭୟଙ୍କର ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀମାଇନା କରାଯାଇଛି । ଅଭିଯୁକ୍ତ ରଂଜନକୁ ନୟାଗଡ଼ ପୁଲିସ କୋର୍ଟ ଚାଲାଣ କରିଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!