ନୟାଗଡ଼, (ବାଘୁଆବାର୍ତ୍ତା) : ୩୦ତମ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ଓ ସପ୍ତମ ରାଜ୍ୟ ଟେଲି ପୁରସ୍କାର ଉତ୍ସବ ଦୁଇ ଦିନ ଧରି ଉତ୍କଳ ମଣ୍ଡପରେ ଅନୁଷ୍ଠିତ ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧୯ ଓ ୨୦ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ୨୭ଟି ବିଭାଗରେ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ଏବଂ ୨୦ଟି ବିଭାଗରେ ରାଜ୍ୟ ଟେଲି ପୁରସ୍କାର ପ୍ରଦାନ କରାଯିବ । ଉଦ୍ଘାଟନି ଉତ୍ସବରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଉଦ୍ଘାଟକ ଭାବେ ଯୋଗ ଦେଉଥିବା ବେଳେ ମୁଖ୍ୟ ଅତିଥି ଭାବେ ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାର ସୂଚନା ମିଳିଛି ।






