ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଆଜି ଉଦ୍ଘାଟିତ ହୋଇଯାଇଛି । ଜିଲ୍ଲା ମହୋତ୍ସବକୁ ପଠାଣି ସାମନ୍ତ ଦିବସ ଭାବେ ପାଳନ ପୂର୍ବକ ଆଜିର ସଂନ୍ଧ୍ୟାରେ ଉଦ୍ଘାଟକ ଭାବେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଓ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗ ଦେଇଥିଲେ । ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତିବାଳା ମହାନ୍ତି ଯୋଗ ଦେଇଥିଲେ ।






