Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡରେ ଚିକିତ୍ସା ଅବହେଳା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ କ୍ଷତିପୂରଣ ରାଶି ଦେବାକୁ କୋର୍ଟର ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
March 23, 2022
in Health, State
କୋଭିଡରେ ଚିକିତ୍ସା ଅବହେଳା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ କ୍ଷତିପୂରଣ ରାଶି ଦେବାକୁ କୋର୍ଟର ନିର୍ଦ୍ଦେଶ
28
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଭୀମ୍‌ସାରେ କୋଭିଡ ଚିକିତ୍ସାରେ ଅବହେଳା ଅଭିଯୋଗ ମାମଲାରେ ମୃତକଙ୍କ ପରିବାର କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ୨ ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ କ୍ଷତିପୂରଣ ରାଶି ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୧୧ ପରିବାରକୁ ୫୦ ହଜାର ଲେଖାଏଁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ମେ ୨ ତାରିଖ ସୁଦ୍ଧା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। କ୍ଷତିପୂରଣ ଦେବା ସହ ମେ’ ୨ ସୁଦ୍ଧା କଂପ୍ଲାଏନ୍ସ ରିପୋର୍ଟ ଦେବାକୁ କୁହାଯାଇଛି। ଅବସରପ୍ରାପ୍ତ ବିଚାରପତିଙ୍କ ରିପୋର୍ଟ ଆଧାରରେ ନିର୍ଦ୍ଦେଶ ଜାରି ହୋଇଛି। ପୂର୍ବରୁ ବୁର୍ଲା ଭୀମସାର ମେଡିକାଲ କଲେଜରେ କିଛି କୋଭିଡ ରୋଗୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ମେଡିକାଲ ବିରୋଧରେ ଅଭିଯୋଗ କରିଥିଲେ। ପରିବାର ଲୋକେ କହିଥିଲେ କି ମେଡିକାଲରେ ଚିକିତ୍ସା ଅବହେଳାରୁ ସେମାନଙ୍କ ପରିଜନଙ୍କର ମୃତ୍ୟୁ ହୋଇଥିଲା। ଏନେଇ କୋର୍ଟ ତରଫରୁ ଜଣେ ଅବସର ପ୍ରାପ୍ତ ଜଷ୍ଟିସଙ୍କୁ ଏହାର ତଦନ୍ତ କରିବାକୁ ଦାୟୀତ୍ୱ ଦେଇଥିଲେ ହାଇକୋର୍ଟ। ଏବେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ କ୍ଷତିପୂରଣ ଦେବାକୁ କହିଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!