Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷକମାନେ ସମାଜର ମେରୁଦଣ୍ଡ

by ସଞ୍ଜୟ ସ୍ୱାଇଁ
March 27, 2022
in Feature News
ଶିକ୍ଷକମାନେ ସମାଜର ମେରୁଦଣ୍ଡ
250
VIEWS
Share on FacebookShare on Twitter

ନୟାଗଡ଼ ବ୍ଲକ ଏଲିମେଣ୍ଟାରୀ ଶିକ୍ଷକ ସମ୍ମିଳନୀ

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବ୍ଳକ ଏଲିମେଣ୍ଟାରୀ ଶିକ୍ଷକ ବ୍ଲକ ସ୍ତରୀୟ କର୍ମଶାଳା ତଥା ସମ୍ମିଳନୀ ସ୍ଥାନୀୟ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ସମନ୍ୱୟ ସମିତିର ସଭାପତି ରଘୁନାଥ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ବିଧାୟକ ତଥା ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ପ୍ରାଣୀ ସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଶିକ୍ଷକମାନେ ସମାଜର ମେରୁଦଣ୍ଡ ତଥା ଶିକ୍ଷକମାନେ ସମାଜର ବିକାଶରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ଶିକ୍ଷାଧିକାରୀ ଅକୃର ବାରିକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ.ବସନ୍ତ ନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌରଧ୍ୟକ୍ଷା ନିରୂପମା ଖଟେଇ, ବ୍ଲକ ଶିକ୍ଷାଧିକାରୀ ନୀଳାମ୍ବର ତ୍ରିପାଠି ପ୍ରମୁଖ ଯୋଗଦାନ କରିଥିଲେ । ଶିକ୍ଷକ ଶେଖ ଅବଦୁଲ ଖାଲିକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ପ୍ରାଥମିକ ଶିକ୍ଷକ ସଂଘ ସଂପାଦକ ଭକ୍ତବଲଭ ବଟକୃଷ୍ଣ ମିଶ୍ର ସ୍ୱାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ସମନ୍ୱୟ ସମିତି ସମ୍ପାଦକ ସୁରେଶ ସେଠୀ ବିବରଣୀ ପାଠ କରିଥିଲେ । ପୁରୁଣା ପେନସନ ଯୋଜନା ଲାଗୁ କରିବା ତଥା ଶିକ୍ଷକମାନଙ୍କ ପ୍ରମୋସନ ବିଳମ୍ବ ସମ୍ପର୍କରେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଶିକ୍ଷକ ସଞ୍ଜୟ କୁମାର ସୁବୁଦ୍ଧି ଏବଂ ଲକ୍ଷ୍ମୀଧର ସାହୁଙ୍କୁ ଅତିଥିମାନଙ୍କ ଦ୍ୱାରା ଉପଢ଼ୌକନ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ଗତ ଦୁଇବର୍ଷ ମଧ୍ୟରେ ଅବସର ଗ୍ରହଣ କରିଥିବା ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ଦାମୋଦର ଖିଲାର, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଭାଗୀରଥି ବରାଡ଼ଙ୍କ ସମେତ ୨୪ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ର ଗତ ଦୁଇବର୍ଷ ମଧ୍ୟରେ କେଭିଡ ମହାମାରୀରେ ଆକ୍ରାନ୍ତ ହୋଇ ତିନିଜଣ ଶିକ୍ଷକ ପ୍ରାଣ ହରାଇଥିବା ବେଳେ ସେମାନଙ୍କୁ କୋଭିଡ ଯୋଦ୍ଧାଭାବେ ମରୋଣତ୍ତର ଭାବେ ସେମାନଙ୍କ ସମ୍ପର୍କିୟମାନଙ୍କୁ ସମ୍ମାନୀତ କରାଯାଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!