ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଆଜି ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଂନ୍ଧ୍ୟା ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗ ଦେଇଥିଲେ । ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏବଂ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଅଖିଳ କୁମାର ଜାନୀ ଯୋଗ ଦେଇଥିଲେ । ସେହିଭଳି ଅନ୍ୟତମ ଅତିଥି ଭାବେ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥିୀ ଯୋଗ ଦେଇଥିଲେ । ଆଜିର ସଭାରେ ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ସଂଯୋଜନା କରିଥିଲେ । ସଂନ୍ଧ୍ୟାରେ ସର୍ବ ପ୍ରଥମେ ସ୍ଥାନୀୟ କଳାକାର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ନୟାଗଡ଼ର ବର୍ଷା ଡ୍ୟାନ୍ସ ଗ୍ରୃପ ଦ୍ୱାରା ନୟାଗଡ଼ ବନ୍ଦନା ପରିବେଷଣ କରାଯାଇଥିଲା । ପରିଶେଷରେ ଓଡ଼ିଶା ସଂଗୀତ ଦୁନିଆଁର ଜଚ୍ଚାଶୁଣା ବ୍ୟକ୍ତିତ୍ୱ ଅଭିଜିଦ୍ ମଜୁମଦାରଙ୍କ ଟିମ ଦ୍ୱାରା ମେଲୋଡ଼ି ପରିବେଷଣ ହୋଇଥିଲା ।






