Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଜାନକୀଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳୀ ଜଣାଇଲେ ନବୀନ

by ସଞ୍ଜୟ ସ୍ୱାଇଁ
January 3, 2020
in Breaking, Nayagarh
ଆଜି ଜାନକୀଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳୀ ଜଣାଇଲେ ନବୀନ
91
VIEWS
Share on FacebookShare on Twitter

ଭୂବନେଶ୍ୱର (ବାଘୁଆବାର୍ତ୍ତା ବ୍ୟୁରୋ): ରାଜନୀତି, ସାହିତ୍ୟ, ସାମ୍ବାଦିକତାର ଯଶ୍ୱସୀ ମହାନାୟକ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୯୩ ତମ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୟୁଟର ଯୋଗ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ୧୯୮୦ ମସିହାରେ ଜାନକୀ ବଲ୍ଲଭଙ୍କ ନେତୃତ୍ୱରେ କଂଗ୍ରେସ ଦଳ ୧୧୭ ଜଣ ସଦସ୍ୟ ବିଧାନ ସଭାକୁ ନିର୍ବାଚିତ କରାଇ ସେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ । ରାଜନୈତିକ ଇଚ୍ଛାଶକ୍ତି ବଳରେ ସେ ଓଡ଼ିଶାର ଘରେ ଘରେ ପରିଚିତ ଥିଲେ । ପରବର୍ତ୍ତୀ ମୂହୂର୍ତ୍ତୀରେ ପୁଣି ପାଂଚ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହୋଇ ତୃତୀୟ ଥର ପାଇଁ ୧୯୯୫ ମସିହାରେ ମୁଖ୍ୟମନ୍ତ୍ରୀ ହୋଇଥିଲେ । ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାମେଶ୍ୱର ଗ୍ରାମରେ ୧୯୨୭ ମସିହା ଜାନୁୟାରୀ ୩ ତାରିଖରେ ଜାନକୀ ବଲ୍ଲଭ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତା ଗୋକୁଳାନନ୍ଦ ପଟ୍ଟନାୟକ ଥିଲେ ଜଣେ ଆଦର୍ଶ ଶିକ୍ଷକ ଓ ବିଶିଷ୍ଟ ଲେଖକ । ଜାନକୀ ବଲ୍ଲଭ ପଟ୍ଟନାୟକ ଏକାଧାରାରେ ଜଣେ ରାଜନୀତିଜ୍ଞ, ସାରସ୍ୱତ ସାଧକ, ସାମ୍ବାଦିକ ଓ ଅନୁବାଦକ । ସେ କେନ୍ଦ୍ରରେ ମନ୍ତ୍ରୀ ସହ ଆସାମର ରାଜ୍ୟପାଳ ଭାବେ କର୍ତ୍ତବ୍ୟ ସଂପାଦନ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!