Sunday, July 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଥକାଠ ଅଟକାଇବା ନେଇ ଚେତାବନି

by ସଞ୍ଜୟ ସ୍ୱାଇଁ
January 6, 2020
in Society
ରଥକାଠ ଅଟକାଇବା ନେଇ ଚେତାବନି
31
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଆଦିବାସୀ କୁଇ ଉନ୍ନୟନ ସଂଘ ଆଂଚଳିକ ଶାଖା ରଥକାଠ ଅଟକାଇବା ନେଇ ଚେତାବନି ଦେଇଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଚଢ଼େୟାପଲ୍ଲୀ, କଳାସାଖମଣ, ନୂଆଗାଁ, ଦୁଡ଼ା ପଂଚାୟତ ଅଂଚଳ ଜିଲ୍ଲାର ଏକ ବିଚ୍ଛିନ୍ନାଞ୍ଚଳ ଭାବେ ପରିଗଣିତ ହେଉଥିବା ବେଳେ ଏହି ଅଂଚଳ ମୈାଳିକ ସୁବିଧା ପାଇବାରୁ ବଂଚିତ ହେଉଛି । ଫଳରେ ଆଦିବାସୀ କୁଇ ଉନ୍ନୟନ ସଂଘର ଶାଖାର କର୍ମକର୍ତ୍ତାମାନେ ଆଜି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣିକୁ ଆସି ଅଭିଯୋଗ କରିଛନ୍ତି । ନୂଆଗାଁ ଏବଂ ଚଢ଼େୟାପଲ୍ଲୀ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀ ଅଭାବରୁ ଲୋକେ ସ୍ୱାସ୍ଥ୍ୟ ସେବାରୁ ବଂଚିତ ହେଉଛନ୍ତି । ଏଠାରେ ସ୍ଥାୟୀ ଡାକ୍ତର ନିଯୁକ୍ତି ସହ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ସେମାନେ ଦାବି କରିଛନ୍ତି । ଏଥିସହିତ ଚଢ଼େୟାପଲ୍ଲୀ ୟୁନିୟନ ବ୍ୟାଙ୍କରେ କମ୍ପ୍ୟୁଟର ଅଚଳ ହେତୁ ଟଙ୍କା ନେଣଦେଣ ପାଇଁ ଦୁଇରୁ ଚାରିଦିନ ଦୈାଡ଼ିବାକୁ ପଡ଼ୁଥିବା ଅଭିଯୋଗ ହୋଇଛି । ସେହିପରି ଭାବେ ଏହି ଅଂଚଳରେ ମୋବାଇଲ ସେବା ପାଇଁ ଏକ ଟାୱାର ନିର୍ମାଣ କରାଯିବା ନେଇ ଜିଲ୍ଲାପାଳଙ୍କ ପାଖରେ ଦାବି ରଖିଛନ୍ତି । ସମସ୍ୟାର ସମାଧାନ ନହେଲେ ସେମାନେ ରଥକାଠ ଅଟକାଇବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!