Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବର୍ତ୍ତମାନର କଷ୍ଟ, ଭବିଷ୍ୟତର ସୁଖ : ଅରୁଣ

by ସଞ୍ଜୟ ସ୍ୱାଇଁ
January 7, 2020
in Education
ବର୍ତ୍ତମାନର କଷ୍ଟ, ଭବିଷ୍ୟତର ସୁଖ : ଅରୁଣ
32
VIEWS
Share on FacebookShare on Twitter

ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ ୩୯ ତମ ବାର୍ଷିକ ଉତ୍ସବ

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟର ଛାତ୍ରୀ ସଂଘ ପକ୍ଷରୁ ୩୯ ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗଦେଇ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ସହିତ ଅଙ୍ଗାଙ୍ଗୀ ଜଡ଼ିତ ବୋଲି ପ୍ରକାଶ କରିବା ସହିତ ସ୍ୱାସ୍ଥ୍ୟ ସଂମ୍ପର୍କୀତ ବକ୍ତବ୍ୟ ରଖିଥିଲେ । ସେହିପରି ଭାବେ ମୁଖ୍ୟ ଅତିଥି ଡ. ସାହୁ ଭାରତବର୍ଷର ସମସ୍ତ ଶିକ୍ଷା ବ୍ୟବସ୍ଥାକୁ ଦେଖିଲେ ଓଡ଼ିଶାର ଶିକ୍ଷା ଆହୁରି ଆଗକୁ ଯିବା ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକତା ରହିଥିବା କହିଥିଲେ । ଏଥି ସହିତ ଛାତ୍ରୀମାନଙ୍କୁ ଡ. ସାହୁ ପାଠ୍ୟ ପୁସ୍ତକ ବ୍ୟତିତ ପାଠଗାରାରେ ରହୁଥିବା ଅନ୍ୟ ପୁସ୍ତକ ସବୁ ପାଠ କରିବା ପାଇଁ ଆହ୍ୱାନ ଦେଇଥିଲେ । ବର୍ତ୍ତମାନ କଷ୍ଟ କଲେ ଭବିଷ୍ୟତରେ ସୁଖ ପାଇବ ବୋଲି ମନ୍ତ୍ରୀ ଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷା ପ୍ରଫେସର ରାଜଶ୍ରୀ ମହାପାତ୍ର, ବିଦ୍ୟୁତ ପ୍ରଭା ମିଶ୍ର, ପ୍ରଭାତ କୁମାର ନାୟକ ପ୍ରମୂଖ ମଂଚାସନ ଥିଲେ । କୃତ୍ତି ଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିବା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!