Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଧାରଣତନ୍ତ୍ର ଦିବସ ନେଇ ପ୍ରସ୍ତୁତି ବୈଠକ

by ସଞ୍ଜୟ ସ୍ୱାଇଁ
January 9, 2020
in Lifestyle
ସାଧାରଣତନ୍ତ୍ର ଦିବସ ନେଇ ପ୍ରସ୍ତୁତି ବୈଠକ
32
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ ଆସନ୍ତା ସାଧାରଣତନ୍ତ୍ର ଦିବସ ପାଳନକୁ ନେଇ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସଦ୍ଭାବନା ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ ରାୟ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି ଏବଂ ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ଯୋଗ ଦେଇଥିଲେ । ସାଧାରଣତନ୍ତ୍ର ଦିବସ ଅବସରରେ ଚଳିତ ବର୍ଷ ସ୍ଥାନୀୟ ପୁଲିସ ଟ୍ରେନିଙ୍ଗ୍ ସ୍କୁଲ ପଡ଼ିଆରେ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳନ କରାଯିବାକୁ ସ୍ଥିର କରାଯାଇଛି । ତ୍ରିନାଥ ଛକଠାରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ପରେ ସକାଳ ୯ଟା ସମୟରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ପୁଲିସ ଟ୍ରେନିଙ୍ଗ୍ ସ୍କୁଲ ପଡ଼ିଆରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବ । ପ୍ୟାରେଡ଼ରେ ବିଭିନ୍ନ ସ୍କୁଲ ଓ କଲେଜର ୫୪ଟି ଟ୍ରୃପ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିବେ । ପ୍ୟାରେଡ଼ ପଡ଼ିଆରେ ଜଳସମ୍ପଦ, ସର୍ବଶିକ୍ଷା, କୃଷି, ଗ୍ରାମ୍ୟ ପରିମଳ ଓ ଜଳଯୋଗାଣ, ଜଙ୍ଗଲ, ପୁଲିସ, ସ୍ୱାସ୍ଥ୍ୟ ବିଭାଗ ସମେତ ଅନ୍ୟବିଭାଗର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହେବ । ଏହି ବୈଠକରେ ସହରର ବିଶିଷ୍ଟ ନାଗରିକ, ସାମ୍ବାଦିକ, ବୁଦ୍ଧିଜୀବୀ, ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ଯୋଗ ଦେଇଥିବା ବେଳେ ବହୁ ବିଭାଗର ଅଧିକାରୀ ଅନୁପସ୍ଥିତିକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି । ଅନ୍ୟପକ୍ଷେ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଶାସନ ଏବଂ ସାମ୍ବାଦିକ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂଣ୍ଣ ଫୁଟବଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!