Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲ ବୃଦ୍ଧି ସହ ଜାତୀୟ ସ୍ତରରେ ତୃତୀୟ ହୋଇଛି ଓଡ଼ିଶା

by ସଞ୍ଜୟ ସ୍ୱାଇଁ
May 12, 2022
in State
୨୧୬ ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍-ଇନ୍ସପେକ୍ଟର
41
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନା କାଳରେ ବନ କର୍ମଚାରୀମାନେ କାର୍ୟ୍ୟ କରିଛନ୍ତି । ସେମାନଙ୍କ କାମକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ବନଖଣ୍ଡ ଅଧିକାରୀଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ଆଜି ଉଦଘାଟିତ ଏହି ରାଜ୍ୟସ୍ତରୀୟ ସମ୍ମିଳନୀ ଦୁଇ ଦିନ ଧରି ଚାଲିବ । ସମ୍ମିଳନୀରେ ପ୍ରଥମ ଦିନରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୩.୫୦ ପ୍ରତିଶତ ଜଙ୍ଗଲ ବୃଦ୍ଧି ସହ ଜାତୀୟ ସ୍ତରରେ ତୃତୀୟ ହୋଇଛି ଓଡ଼ିଶା । ୧ ଲକ୍ଷ ୧୦ ହଜାର ହେକ୍ଟର ବନୀକରଣ ହୋଇଛି । ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଏହି କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ । ରାଜ୍ୟର ଜଙ୍ଗଲ ସମ୍ପଦ ବିଶ୍ବରେ ଆମକୁ ନୂଆ ପରିଚୟ ଦେଇଛି । ଜୀବିକାସାଧନ ଜରିଆରେ ଆୟ ବୃଦ୍ଧି ପାଇଁ ସହାୟତା ଦିଆଯାଇଛି । ଜଙ୍ଗଲ ଯୋଜନାରେ ୨୦ଲକ୍ଷରୁ ଅଧିକ ଲୋକ ଉପକୃତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଙ୍ଗଲରେ ଲୋକଙ୍କୁ ରୋଜଗାର ଯୋଗାଇବା ପାଇଁ ବୃକ୍ଷରୋପଣ ଏକ ପ୍ରମୁଖ ଉପାଦାନ । ଜଙ୍ଗଲ ବିଭାଗ ବିହନ ବୁଣିବା ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ଯୋଡିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ୫ଟି ଇନିସିଏଟିଭ୍ ଅଧୀନରେ ବୃକ୍ଷରୋପଣ କାର୍ୟ୍ୟକ୍ରମ ବହନ କରିବାକୁ ସେ ଅନୁରୋଧ କରିଛନ୍ତି । ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ଜଙ୍ଗଲରେ ନିଆଁ ଲାଗିବା ୫୦ ପ୍ରତିଶତ କମିଛି । ଏହା ଲୋକଙ୍କ ସଚେତନତା ଯୋଗୁ ସମ୍ଭବ ହୋଇପାରିଛି । ଲୋକଙ୍କୁ ସଚେତନ କରୁଥିବା ବନ କର୍ମଚାରୀଙ୍କୁ ପ୍ରଶଂସା କରାଯାଇଛି । ରାଜ୍ୟରେ ୨୪ ବନଖଣ୍ଡରେ ୮୬ ରେଞ୍ଜରେ ହାତୀ ଯାତାୟତ କରନ୍ତି । ଲୋକଙ୍କୁ ସଚେତନ କରିବାକୁ ଗଜସାଥୀ ନିୟୋଜିତ ହୋଇଛନ୍ତି । ମୋବାଇଲ ମେସେଜରେ ହାତୀ ଚଳାଚଳ ନେଇ ସୂଚନା ମିଳୁଛି । ବିପୁଳ ଜଙ୍ଗଲ ସମ୍ପଦ ରହିଛି, ସଦୁପଯୋଗ କରି ଅଭିବୃଦ୍ଧି ଦିଗରେ ଲୋକଙ୍କ ସହଯୋଗ ଲୋଡିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ପରିବେଶ ପର୍ୟ୍ୟଟନ ଭିତ୍ତିଭୂମି ଉନ୍ନତିକରଣ ୨୦୧୬-୧୭ରୁ ଆରମ୍ଭ ହୋଇଥିଲା । ବିଭିନ୍ନ ପର୍ୟ୍ୟଟନସ୍ଥଳୀର ଉନ୍ନତି କରାଯାଇଛି । ୨୦୨୧-୨୨ରେ ୭୦ ହଜାର ୨୧୬ ପର୍ୟ୍ୟଟକ ଆସିଛନ୍ତି । ୫ ବର୍ଷରେ ପର୍ୟ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!