Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହସ୍ପିଟାଲରୁ ମିଳିଲା ଡାକ୍ତରଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ହସ୍ପିଟାଲରୁ ମିଳିଲା ଡାକ୍ତରଙ୍କ ମୃତଦେହ
301
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମାତ୍ର ୧୫ ଦିନ ତଳେ ପଡ଼ିଥିଲା ହାତଗଣ୍ଠି । ହେଲେ ହଠାତ୍‌ ଘଟିଲା ଅଘଟଣ । ରାଜଧାନୀ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରୁ ଉଦ୍ଧାର ହେଲା ସୁଶିଲ ସାହୁ ନାମକ ଡାକ୍ତରଙ୍କ ମୃତଦେହ । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କ ମୃତ୍ୟୁ ପଛରେ ଅନ୍ୟ କିଛି କାରଣ ଅଛି ସେ ନେଇ ତଦନ୍ତ ଜାରି ରହିଛି। ସୂଚନା ଅନୁଯାୟୀ, ସୁଶିଲ ସାହୁ ଏକ ଘରୋଇ ହସ୍ପିଟାଲରେ ଶିଶୁ ରୋଗ ବିଶେଷଜ୍ଞ ଭାବେ କାର୍ୟ୍ୟରତ ଥିଲେ। ଗତକାଲି ସେ ଡ୍ୟୁଟିରେ ଥିବା ବେଳେ କିଛି ସମୟ ପାଇଁ ରେଷ୍ଟ ରୁମ୍‌କୁ ଯାଇଥିଲେ। ହେଲେ ସେ ଚାମ୍ବରକୁ ନ ଫେରିବାରୁ ହସ୍ପିଟାଲ କର୍ମଚାରୀ ରେଷ୍ଟ ରୁମ୍‌କୁ ଯାଇ ଡାକ୍ତରଜଣକ ବେଡ୍‌ରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଡାକିବା ସତ୍ତ୍ୱେ ସେ ନ ଉଠିବାରୁ ଏନେଇ କର୍ମଚାରୀଜଣକ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ଏହାପରେ ହସ୍ପିଟାଲ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଡା. ସାହୁଙ୍କ ପରିବାର ଲୋକେ ମେଡିକାଲରେ ପହଞ୍ଚିଥିବା ବେଳେ ପୁଅର ମୃତ୍ୟୁକୁ ସହଜେ ଗ୍ରହଣ କରିପାରୁ ନାହାନ୍ତି । ଭରତପୁର ଥାନା ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ କିପରି ତାଙ୍କ ମୃତ୍ୟୁ ହୋଇଛି, ଏହା ଆତ୍ମହତ୍ୟାଜନିତ ମୃତ୍ୟୁ ନ ଆଉ କିଛି ତାହାର ତଦନ୍ତ ଆରମ୍ଭ କରିଛି ପୁଲିସ୍‌। ଡାକ୍ତର ସୁଶିଲ ସାହୁ ମାତ୍ର ଅଳ୍ପ ଦିନ ପୂର୍ବେ ନିଜ ବୈବାହିକ ଜୀବନ ଆରମ୍ଭ କରିଥିବା ବେଳେ ହଠାତ୍‌ କ’ଣ ଘଟିଲା ଯେ ତାଙ୍କ ମୃତ୍ୟୁ ହେଲା ସେ ନେଇ ତଦନ୍ତ ଜାରି ରହିଥିବା କହିଛନ୍ତି ଥାନାଧିକାରୀ । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣା ଅଧିକ ସ୍ପଷ୍ଟ ହେବ ବୋଲି କହିଛି ପୁଲିସ୍‌ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!