Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାହିତ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁକୁ ନେଇ ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ବିବାହିତ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁକୁ ନେଇ ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
89
VIEWS
Share on FacebookShare on Twitter

ନୂଆପଡ଼ା, (ବାଘୁଆବାର୍ତ୍ତା): ବିବାହିତ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁକୁ ନେଇ ଉତ୍ତେଜନା । ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ । ଆତ୍ମହତ୍ୟା କହି ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଶାଶୁଘର ଲୋକେ ମୃତଦେହକୁ ବ୍ୟବଚ୍ଛେଦ ନକରି ଘରକୁ ନେଇ ଯାଇଥିଲେ। ଯାହାକୁ ବାପଘର ଲୋକେ ପ୍ରତିବାଦ କରିବା ସହ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଖଡିଆଳ ପୋଲିସ ଶବ ଜବତ କରିବା ପରେ ଉଭୟ ଗୋଷ୍ଠୀ ଥାନାକୁ ଯାଇଥିଲେ । ପରେ ଥାନା ଭିତରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହେବାର ଭିଡିଓ ଉତ୍ତୋଳନ କରୁଥିବା ସମୟରେ ଜଣେ ସାମ୍ବାଦିକଙ୍କ ମୋବାଇଲ ଛଡେଇ ନେବା ସହ ତଳେ ପକାଇ ମାଡ ମରା ଯାଇଛି । କିଏ ହାତରେ ତ ଆଉ କିଏ ଲାତ ମାରୁଥିବା ଭିଡିଓରେ ସ୍ପଷ୍ଟ ଜଣା ପଡୁଛି । ଯାହାକୁ ନେଇ ୧୦ ରୁ ଉର୍ଦ୍ଧ୍ୱ ଲୋକଙ୍କୁ ଥାନାରେ ଅଟକ ରଖା ଯାଇଥିବା ବେଳେ ସିସିଟିଭି ଫୁଟେଜ ସହାୟତାରେ ଚିହ୍ନଟ କରିବା ସହ ଦୋଷି ଙ୍କୁ ଗିରଫ କରାଯିବ ବୋଲି ସୁଚନା ଦେଇଛନ୍ତି ଖଡିଆଳ ଝଊଚଙ ସନ୍ତକ ଜେନା । କାର୍ୟ୍ୟରତ ସାମ୍ବାଦିକଙ୍କ ଉପରେ ଏଭଳି ମାରଣାନ୍ତକ ଆକ୍ରମଣକୁ ନୂଆପଡା ଜିଲ୍ଲାର ବିଭିନ୍ନ ସାମ୍ବାଦିକ ସଂଘ ନିନ୍ଦା କରିବା ସହ ଦୋଷି ବିରୁଦ୍ଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଦାବିରେ ଆଜି ଖଡିଆଳ ଥାନା ସାମ୍ନାରେ ଏଭଳି ଘଟଣାର ପ୍ରତିବାଦ କରିବେ ବୋଲି ଜଣାପଡ଼ିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!