Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ
202
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ପ୍ରାୟ ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ଭିଜିଲାନ୍ସ ଚଢ଼ାଉ ହେଉଛି କହିଲେ ଭୁଲ୍ ହେବ ନାହିଁ। କେତେବେଳେ କେଉଁ ସରକାରୀ ଅଫିସର/କର୍ମଚାରୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଚଢ଼ାଉ କରି ଧରୁଛି ତ ଆଉ କେବେ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ କରୁଛି ଚଢ଼ାଉ। ପ୍ରାୟ ପ୍ରତିଦିନ ଏଭଳି ଖବର ଗଣମାଧ୍ୟମରେ ଆସୁଥିବା ବେଳେ ଲୋକଙ୍କ ମନରେ ଯେଉଁ କେତୋଟି ପ୍ରଶ୍ନ ଉଠେ, ସେଥିରୁ ଗୋଟିଏ ହେଉଛି ଯେଉଁମାନେ ଭିଜିଲାନ୍ସରେ ଅଛନ୍ତି ସେମାନଙ୍କ ଘରେ ରେଡ୍‌ ହୁଏ ନା ନାହିଁ? ସେହିପରି ଭିଜିଲାନ୍ସ ଅଧିକାରୀମାନଙ୍କ ମଧ୍ୟରୁ କ’ଣ କେହି କେବେ ଲାଞ୍ଚ ନେଲା ବେଳେ ଧରାପଡ଼ିଛନ୍ତି? ଆଉ ଆଜି ହୋଇଥିବା ଏକ ଭିଜିଲାନ୍ସ ରେଡ୍‌ରୁ ଏମିତି ଏକ ଖବରଟିଏ ଆସିଛି। ଭିଜିଲାନ୍ସ ଜାଲରେ ଜଣେ ଭିଜିଲାନ୍ସ ବିଭାଗ ଅଧିକାରୀ ପଡ଼ିଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଜଣେ ଭିଜିଲାନ୍ସ ଇନ୍ସପେକ୍ଟର ଧରାପଡ଼ିଛନ୍ତି। ତାଙ୍କ ନାଁ ମାନସୀ ଜେନା। ସେ ସମ୍ବଲପୁର ଭିଜିଲାନ୍ସ ଡିଭିଜନରେ ନିଯୁକ୍ତ ହୋଇଛନ୍ତି। ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲାକୁ ବନ୍ଦ କରି ଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ହାତରେ ସେ ଧରାପଡ଼ିଥିଲେ। ଇନ୍ସପେକ୍ଟର ମାନସୀ ଜେନାଙ୍କ ଠାରୁ ଲାଞ୍ଚ ଅର୍ଥ ଜବତ କରିବା ପରେ ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ତାଙ୍କର ଅଫିସ୍ ଓ ବାସଭବନ ଆଦି ସ୍ଥାନରେ ଚଢ଼ାଉ କରିଥିବା ଜଣାପଡ଼ିଛି। ସେହିପରି ମୁକେଶ ସାହୁଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!