Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷୀଙ୍କ ପାଇଁ ବଡ଼ ଖବର, ମେ’ ୨୭ରେ କେରଳ ଛୁଇଁବ ମୌସୁମୀ

by ସଞ୍ଜୟ ସ୍ୱାଇଁ
May 13, 2022
in State
ଚାଷୀଙ୍କ ପାଇଁ ବଡ଼ ଖବର, ମେ’ ୨୭ରେ କେରଳ ଛୁଇଁବ ମୌସୁମୀ
68
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚାଷୀଙ୍କ ପାଇଁ ଭଲ ଖବର। ପୂର୍ବବର୍ଷ ଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅବଶ୍ୟ ଓଡ଼ିଶାରେ ମୌସୁମୀ କେବେ ଛୁଇଁବ, ସେକଥା କୁହାଯାଇନି। ହେଲେ ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ। ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍‌ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ କରିଛି ଯେ ଚଳିତ ବର୍ଷ ମେ’ ୨୭ରେ ରେ ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି। ଏହି ଆକଳନରେ ମଡେଲ ଜନିତ ତ୍ରୁଟି ୪ ଦିନ ଆଗ/ପଛ ହେବାର ସମ୍ଭାବନା ରହିଥିବର କେନ୍ଦ୍ର ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି। ବିଭାଗ କହିଛି ଯେ ସାଧାରଣତଃ ମୌସୁମୀ ଜୁନ ୧ରେ କେରଳ ଛୁଇଁଥାଏ। ଏହାପରେ ପର୍ୟ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ। ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବାର ରହିଛି। ମେ’ ୨୭ରେ ମୌସୁମୀ କେରଳ ଛୁଇଁବାକୁ ଥିବା ବେଳେ ଏଥର ଏହା ସ୍ୱାଭାବିକ ରହିବ। ଏପ୍ରିଲ ୧୪ରେ ମୌସୁମୀ ସ୍ୱାଭାବିକ ରହିବ ବୋଲି ଭାରତୀୟ ପାଣିପାଗ ପ୍ରେସ ବିଜ୍ଞପ୍ତି ଦ୍ୱାରା ସୂଚନା ଦେଇଥିଲା। ବିଭାଗ ପକ୍ଷରୁ କୁହାଯାଇଥିଲା ଯେ ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହେବ। ଉତ୍ତର ଭାଗରର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତରପଶ୍ଚିମ ଭାଗର କିଛି ସ୍ଥାନରେ ସ୍ୱାଭାବିକ କିମ୍ବା ତା’ରୁ ଅଧିକ ବର୍ଷା ହୋଇପାରେ। ତେବେ ଉତ୍ତରପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର ପଶ୍ଚିମର କିଛି ଅଂଶ ଓ ଦକ୍ଷିଣପୂର୍ବ ଭାଗରେ ସ୍ୱାଭାବିକ ଠାକୁ କମ ବର୍ଷା ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଲଙ୍ଗ ପିରିୟଡ ଆଭରେଜରେ ୯୯% ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ୫% କମ କିମ୍ବା ୫% ବେଶୀ ହେଲେ ମଧ୍ୟ ଏହାକୁ ସ୍ୱାଭାବିକ ବର୍ଷା ଭାବେ ବିବେଚନା କରାଯିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!