Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସ୍ୱାମୀ ବିବକୋନନ୍ଦ ଜୟନ୍ତୀ

by ସଞ୍ଜୟ ସ୍ୱାଇଁ
January 12, 2020
in Lifestyle
ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସ୍ୱାମୀ ବିବକୋନନ୍ଦ ଜୟନ୍ତୀ
20
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହରରେ ଅବସ୍ଥିତ ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପକ୍ଷରୁ ଆଜି ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ଶୋଭାଯାତ୍ରା, ରକ୍ତଦାନ ଶିବିର ଓ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀଧର ସାହୁଙ୍କ ନେତୃତ୍ୱରେ ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଦିଲ୍ଲୀପ କୁମାର ସାହାଣୀ ଉଦ୍ଘାଟନ କରିଥିଲେ । ବିଦ୍ୟାଳୟଠାରୁ ଶୋଭାଯାତ୍ରା ବାହାରି ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା । ସେହିଭଳି ଆୟୋଜିତ ରକ୍ତଦାନ ଶିବିରରେ ଅତିରିକ୍ତ ବନଖଣ୍ଡ ଅଧିକାରୀ ଦିଲ୍ଲୀପ ରାଉତ ଯୋଗ ଦେଇ ରକ୍ତଦାତା ମାନଙ୍କ ଉତ୍ସାହିତ କରିଥିଲେ । ଏଥିରେ ମୋଟ ୫୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଏହି ଅବସରରେ ଅଭାବୀ, ଗରିବ, ୪୦ ଜଣ ବୃଦ୍ଧ ବୃଦ୍ଧାମାନଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟରେ ସର୍ବୋଚ୍ଚ ନମ୍ବର ରଖିଥିବା ଶିଶୁ ମାନଙ୍କର ମାଆ ମାନଙ୍କୁ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଅନୁଷ୍ଠିତ ସଭାରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ପ୍ରଫେସର ରାମଚନ୍ଦ୍ର ମିଶ୍ର, ଭାରତ ବିକାଶ ପରିଷଦର ଅଧ୍ୟକ୍ଷ ବିଦ୍ୟାଧର ଆଚାର୍ଯ୍ୟ ଅତିଥିଭାବେ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଉପରେ ବକ୍ତବ୍ୟ ଦେଇଥିଲେ । କାର୍ଯ୍ୟକ୍ରମରେ ଭାରତ ବିକାଶ ପରିଷଦର କର୍ମକର୍ତ୍ତା, ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ସହ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!