Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଦିନିଆ ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟ ଶାସନ ସଚିବ

by ସଞ୍ଜୟ ସ୍ୱାଇଁ
May 14, 2022
in State
ଦୁଇ ଦିନିଆ ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟ ଶାସନ ସଚିବ
44
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ୨ ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଥିଲେ । ପ୍ରଥମେ ସେ ସୁନ୍ଦରଗଡ଼ ସଦର ବ୍ଲକ୍‌ ଅନ୍ତର୍ଗତ କାପସିଙ୍ଗା ଠାରେ ନିର୍ମାଣାଧୀନ ବ୍ୟାରେଜ ପରିଦର୍ଶନ କରିବା ସହ ସୁନ୍ଦରଗଡ଼ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଟ୍ରାଫିକ ପରିଚାଳନା ପାଇଁ ଅତ୍ୟାଧୁନିକ କମାଣ୍ଡ ସେଣ୍ଟର ଓ କଣ୍ଟ୍ରୋଲ ରୁମ୍‌ ବୁଲି ଦେଖିଥିଲେ । ଗଣମାଧ୍ୟମ ପ୍ରତିନିଧିମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ଶ୍ରୀ ମହାପାତ୍ର କହିଥିଲେ ଯେ, କୋପସିଙ୍ଗା ଏବଂ କୁଡ଼ାବଗାଠାରେ ବ୍ୟାରେଜ କାର୍ୟ୍ୟକ୍ଷମ ହେଲେ ସୁନ୍ଦରଗଡ଼ ସହର ସହିତ ଆଖପାଖ ଅଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହୋଇପାରିବ । ଚାଷ ଜମିକୁ ଜଳସେଚନର ସୁବିଧା ହେବା ସହିତ ଭୂତଳ ଜଳସ୍ତର ମଧ୍ୟ ପୁନଃ ଭରଣ ହୋଇପାରିବ । ଏହି ଦୁଇଟି ବ୍ୟାରେଜ ପ୍ରକଳ୍ପର ନିର୍ମାଣ କାର୍ୟ୍ୟ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ ହେବ । ୨୪,୭୭୯ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୋପସିଙ୍ଗା ବ୍ୟାରେଜ ପ୍ରକଳ୍ପ ନିର୍ମାଣ କରାଯାଉଛି । ଏହାର ଲମ୍ବ ୫୦୦ ମିଟରରୁ ଅଧିକ ରହିଥିବା ବେଳେ ଏଥିରେ ୫ଟି ସ୍ଲୁଇସ୍‌ ଗେଟ୍‌ ରହିବ । ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ “କନଷ୍ଟ୍ରକସନ ଅଫ୍‌ ଇନ-ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର’ ଯୋଜନା ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାର କୋପସିଙ୍ଗା ଏବଂ କୁଡ଼ାବଗାଠାରେ ଇବ୍‌ ନଦୀ ଉପରେ ଦୁଇଟି ବ୍ୟାରେଜ ନିର୍ମାଣ କରାଯାଉଛି । ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସୁନ୍ଦରଗଡ଼ ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ପୂର୍ଣ୍ଣ କାର୍ୟ୍ୟକ୍ଷମ କରିବା ନିମନ୍ତେ ଆବଶ୍ୟକ ବ୍ୟବସ୍ଥା କରାଯାଉଛି । ଇତିମଧ୍ୟରେ ନ୍ୟାସନାଲ ମେଡିକାଲ କାଉନସିଲ ଏହି କଲେଜ ପରିଦର୍ଶନ କରି ଏହାର ଭିତ୍ତିଭୂମି ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । କାଉନସିଲର ଅନୁମତି ଆସିଲେ ଚଳିତ ବର୍ଷ ଠାରୁ କଲେଜରେ ନାମଲେଖା ଆରମ୍ଭ କରିବା ନିମେନ୍ତ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ଏହି ଗସ୍ତ ଅବସରରେ ଶ୍ରୀ ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲାରେ ସଡ଼କ ସୁରକ୍ଷା ନିମନ୍ତେ କାର୍ୟ୍ୟକାରୀ କରାଯାଇଥିବା ସମନ୍ୱିତ ଟ୍ରାଫିକ୍‌ ପରିଚାଳନା ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ । ଏହି ବ୍ୟବସ୍ଥା ରାସ୍ତାରେ ଅପରାଧ ଓ ଦୁର୍ଘଟଣା ଆଦି ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ । ଗାଡ଼ିର ବେଗ ନିୟନ୍ତ୍ରଣ ପାଇଁ ୧୦ ନମ୍ବର ରାଜ୍ୟ ରାଜପଥର ଭଷ୍ମା ଛକଠାରୁ ବେଦବ୍ୟାସ ଏବଂ ୧୪୩ ନମ୍ବର ଜାତୀୟ ରାଜପଥର ବେଦବ୍ୟାସ ଛକଠାରୁ ବୀରମିତ୍ରପୁର ପର୍ୟ୍ୟନ୍ତ ରାସ୍ତାର ବିଭିନ୍ନ ସ୍ଥାନରେ କ୍ୟାମେରା ଖଞ୍ଜାଯାଇଛି । ସୁନ୍ଦରଗଡ଼ ଠାରେ ଥିବା କଣ୍ଟ୍ରୋଲ ରୁମ୍‌ ଓ କମାଣ୍ଡ ସେଣ୍ଟର ବସି ଏସବୁ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ ମୁଖ୍ୟ ଶାସନ ସଚିବ । ଏହି ପଦକ୍ଷେପ ପାଇଁ ସେ ଜିଲ୍ଲା ପ୍ରଶାସନକୁ ପ୍ରଶଂସା କରିଥିଲେ । ଏହି ଗସ୍ତ ବେଳେ ମୁଖ୍ୟ ଶାସନ ସଚିବଙ୍କ ସହିତ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ଏସ୍‌ପି ସାଗରିକା ନାଥ, ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ, ଉପଜିଲ୍ଲାପାଳ ଅଭିମନ୍ୟୁ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର, ସୁନ୍ଦରଗଡ଼ ମେଡିକାଲ କଲେଜର ଆଣ୍ଡ ହସ୍ପିଟାଲର ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଡାକ୍ତର ପଙ୍କଜ ପରିଡ଼ା, ଡିନ୍‌ ପ୍ରଫେସର ଡାକ୍ତର ଦୈତାରୀ ରାଉତରାୟ, ଜଳସମ୍ପଦ ବିଭାଗର ମହାନଦୀ ବେସିନର ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ସରୋଜ କୁମାର ପାଣିଗ୍ରାହୀ, ସୁନ୍ଦରଗଡ଼ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଶିବ ପ୍ରସାଦ ମହାରଣାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!