ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଓଲଟିଲା କାର୍। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତାର ଡେଙ୍ଗାପଦର ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ତେବେ ଏହି ଦୁର୍ଘଟଣାରେ କେହି ଆହତ ହୋଇନଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ଏକ କାର୍ ଦିଗପହଣ୍ଡିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଡେଙ୍ଗାପଦର ରାସ୍ତାରେ ଥିବା ବ୍ରିଜ୍ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ କାର୍ଟି ଅତ୍ୟଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ କୌଣସି ଯାତ୍ରୀ ଆହତ ହୋଇନଥିବା ସୂଚନା ମିଳିଛି। ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।






