Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂପର୍କୀୟ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

by ସଞ୍ଜୟ ସ୍ୱାଇଁ
May 15, 2022
in Crime, State
ଠେଲା ଗାଡ଼ିରୁ ମିଳିଲା ମୃତଦେହ
66
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): ଜଣେ ବ୍ୟକ୍ତି ତାଙ୍କ ସଂପର୍କୀୟ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ପଣ୍ଡି ଗାଁରେ। ମୃତକଙ୍କ ନାଁ ଘାସିରାମ ଟାକରିଆ। ଅଭିଯୁକ୍ତଙ୍କ ନାଁ ମାରାଦେଭ ଟାକରିଆ। କୌଣସି କାରଣରୁ ଆଜି ସକାଳେ ସେମାନଙ୍କ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା। କଥା କଟାକଟି ଚାଲିଥିବା ବେଳେ ମାରାଦେଭ ଏକ ଟାଙ୍ଗିଆରେ ଘାସିରାମଙ୍କୁ ଆକ୍ରମଣ କରିଥିଲେ। ଘାସିରାମଙ୍କ ବେକରେ ସେ ଚୋଟ ପକାଇ ଦେବାରୁ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ମାରାଦେଭଙ୍କ ସ୍ତ୍ରୀ ମଞ୍ଜୁଲତା ଟାକରିଆ ମଧ୍ୟ ଆହତ ହୋଇଛନ୍ତି। ମାରାଦେଭ ତାଙ୍କ ବଡ଼ ଭାଇ ଘାସିରାମଙ୍କୁ ଟାଙ୍ଗିଆରେ ଆକ୍ରମଣ କରୁଥିବା ବେଳେ ମଞ୍ଜୁଲତା ଅଟକାଇବାକୁ ଚେଷ୍ଟା କରିଥିଲେ। ଫଳରେ ତାଙ୍କ ଦେହରେ ବି ଟାଙ୍ଗିଆ ବାଜିଥିଲା। ତାଙ୍କୁ ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତା’ ସହିତ ସେଠାରେ ତଦନ୍ତ କରିଛି। ଅଭିଯୁକ୍ତ ମାରାଦେଭଙ୍କୁ ପୁଲିସ୍ ଅଟକ ରଖି ପଚରାଉଚରା କରୁଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!