Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକକୁ ପଛପଟୁ ଟ୍ରକ୍ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟି ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
May 16, 2022
in Accident, State
ଟ୍ରକକୁ ପଛପଟୁ ଟ୍ରକ୍ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟି ଜଣେ ଗୁରୁତର
38
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ବଡ଼ଚଣା ଛକ ନିକଟରେ ଏକ ଟ୍ରକକୁ ପଛପଟୁ ଟ୍ରକ୍ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତାହତ ଦ୍ୱୟ ଟ୍ରକ୍‌ ଡ୍ରାଇଭର ବୋଲି ଜଣାପଡ଼ିଛି। ଆହତ ଡ୍ରାଇଭରଙ୍କୁ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ। ଆଜି ଭୋର ସମୟରେ ଏକ ଟ୍ରକ୍‌ କଟକରୁ ବାଲେଶ୍ଵର ଅଭିମୁଖେ ଯାଉଥିଲା। ଏହି ସମୟରେ ବଡ଼ଚଣା ଛକ ନିକଟରେ ପଛରୁ ଏକ ଟ୍ରକ୍ ଦ୍ରୁତଗତିରେ ଆସି ଆଗରେ ଯାଉଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା। ଫଳରେ ଆଗ ଟ୍ରକ୍‌ ଡ୍ରାଇଭର ତଳେ ଛିଟିକି ପଡ଼ି ଟ୍ରକ୍‌ ଚକା ତଳେ ଚାପି ହୋଇଯାଇଥିଲା। ପଛ ଟ୍ରକର ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହିଯାଇଥିଲା। ଚଣ୍ଡିଖୋଲ ଅଗ୍ନିଶମ କର୍ମଚାରୀ ପହଞ୍ଚି କଟର ସାହାଯ୍ୟରେ ଟ୍ରକର ଡୋରକୁ କାଟି ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ବଡ଼ଚଣା ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!