Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସକୁ ମଦ ବେପାରୀଙ୍କ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ପୋଲିସକୁ ମଦ ବେପାରୀଙ୍କ ଆକ୍ରମଣ
70
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ଚଢାଉ ବେଳେ ପୋଲିସକୁ ଆକ୍ରମଣ । ଚୋରାରେ ମଦ ବିକ୍ରି କରୁଥିବା ଦୋକାନ ଉପରେ ଚଢାଉ କରିବାକୁ ଯାଇଥିଲେ ପୋଲିସ । ଏହାପରେ ବେପାର କରୁଥିବା ଦୋକାନୀ ପରିବାର ଓ ସମର୍ଥକଙ୍କ ପକ୍ଷରୁ ରାସ୍ତାରୋକ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକାଧିକ ଲୋକଙ୍କୁ ଗିରଫ କରିଥିବା ବେଳେ ଆଉ କିଛି ଫେରାର ହୋଇଛନ୍ତି । ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ନରଦା ବଜରାରେ ଏପରି ଘଟଣା ଦେଖିବାକୁ ମିଳିଛି । ଖବର ଅନୁଯାୟୀ, ନରଦା ଗ୍ରାମରେ ଜଣେ ବ୍ୟକ୍ତି ଦିର୍ଘ ଦିନ ଧରି ଚୋରା ମଦ କାରବାର କରୁଥିଲେ । ରବିବାର ଦିନ ସାଧା ପୋଷାକ ଧାରୀ ପୋଲିସ ସେହି ଦୋକାନକୁ ଯିବା ସହ ମଦ ବିକ୍ରି ହେଉଥିବା ଦେଖିଥିଲେ । ପରେ ବାଲିପାଟଣା ଥାନା ଆଇଆଇସିଙ୍କ ନେତୃତ୍ୱରେ ଏକ ଟିମ୍ ଦୋକାନରେ ଚଢାଉ କରିଥିଲେ । ଚଢାଉ ସମୟରେ ମଦ ଦୋକାନୀଙ୍କ ପରିବାର ଏବଂ ତାଙ୍କ ସମର୍ଥକ ପୋଲିସ୍ ଟିମ୍ ଉପରେ ଆକ୍ରମଣ କରିବା ସହ ଅଶ୍ଳିଳ ଭାଷାରେ ଗାଲି ଗୁଲଜ କରିଥିଲେ । ତେବେ ସବୁଠାରୁ ଆଶ୍ଚର୍ୟ୍ୟକର କଥା ହେଲା କି ଗଣ୍ଡଗୋଳ ଘଟଣାର ସମସ୍ତ ଅଭିଯୁକ୍ତ ଆଜି ନିମାପଡ଼ା-ବାଲିପାଟଣା ରାସ୍ତା ନରଦା ଛକରେ ଟାୟାର ଜାଳି ରାସ୍ତାରୋକ କରିଥିଲେ । ଖବର ପାଇ ବାଲିପାଟଣା ଆଇଆଇସି କୃପାସିନ୍ଧୁ ବରାଡ, ବାଲିଅନ୍ତା ଥାନା ଆଇଆଇସି ଯୁବରାଜ ସ୍ଵାଇଁ, ପାହାଳ ଥାନା ଆଇଆଇସି ଷ୍ଟାଲିନ୍ ବିଶ୍ଵାଳ, ବନମାଳିପୁର ଫାଣ୍ଡି ଅଧିକାରୀ ହରିକୃଷ୍ଣ ପ୍ରଧାନ ପହଁଞ୍ଚି ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି । ମଦ ବେପାରୀଙ୍କ ଏପରି କାର୍ୟ୍ୟକୁ ସ୍ଥାନୀୟଅଞ୍ଚଳବାସୀ ନିନ୍ଦା କରିବା ସହ ପୋଲିସ କଠୋରରୁ କଠୋର କାର୍ୟ୍ୟାନୁଷ୍ଠାନ ନେବାକୁ ଦାବୀ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!