Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୋଲେରୋ ଓଲଟି ଚାଲିଗଲା ନିରୀହ ଜୀବନ

by ସଞ୍ଜୟ ସ୍ୱାଇଁ
May 16, 2022
in Accident, State
ବୋଲେରୋ ଓଲଟି ଚାଲିଗଲା ନିରୀହ ଜୀବନ
92
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ମରୈଗାଁ ଛକ ନିକଟରେ ଭାରସାମ୍ୟ ହରାଇ ଏକ ବୋଲେରୋ ଓଲଟି ପଡିବାରୁ ୨ଜଣ ଯତ୍ରୀ ଗୁରୁତର ଆହତ ହୋଇଥିବାବେଳେ ଜଣେ ଶିଶୁର ମୃତ୍ୟୁ ହୋଇଛି । ଆହତଙ୍କୁ ସ୍ଥାନୀୟ ଲୋକେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ବାରହାପୁର ଗାଁର ଉମାକାନ୍ତ ସାହୁଙ୍କ ପରିବାର ନିଜ ନାତିର ଚୁଟିପକାଇ ଘଟଗାଁ ମା’ ତାରିଣୀଙ୍କ ନିକଟରୁ ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଦୁଇଟି ବୋଲେରେ ଉମାକାନ୍ତଙ୍କ ପରିବାର ଓ ତାଙ୍କ ଝିଅଙ୍କ ପରିବାର ଫେରୁଥିବା ସମୟରେ ଝିଅ, ଜ୍ବାଇଁ ଓ ନାତି ବସିଥିବା ବୋଲେରୋ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ମୃତ ଶିଶୁ ପ୍ରିୟବ୍ରତ, ଉମାକାନ୍ତଙ୍କ ଝିଅର ପୁଅ ବୋଲି ଜଣାପଡିଛି । ଗାଡି ଚଲାଇବା ସମୟରେ ଡ୍ରାଇଭର ଆଖି ଲାଗିଯିବାରୁ ରାସ୍ତକଡରେ ଥିବା ବାଲି ଓ ଚିପ୍ସ ଗଦା ଉପରେ ଗାଡି ଚଢିଯାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ନନ୍ଦିପଦା ପୋଲିସ୍ ଘଟଣାସ୍ଥଳରେ ପହଁଞ୍ଚି ତଦନ୍ତ ଚଳାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!