Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା ତାରାତାରିଣୀଙ୍କ ପୀଠରେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 18, 2022
in State
ମା ତାରାତାରିଣୀଙ୍କ ପୀଠରେ ମୁଖ୍ୟମନ୍ତ୍ରୀ
192
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଉତ୍ସବ ମୁଖର ହୋଇ ଉଠିଛି ଗଞ୍ଜାମ ଜିଲ୍ଲା । ମା ତାରାତାରିଣୀଙ୍କ ସୌନ୍ଦର୍ଯ୍ୟ କରଣ ନେଇ ଉତ୍ସାହିତ ହୋଇ ଉଠିଛନ୍ତି ଜିଲ୍ଲାବାସୀ । ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ ପୀଠରେ । ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡକୁ, ମାଙ୍କ ଆସ୍ଥାନକୁ । ଗଞ୍ଜାମର ଆରାଧ୍ୟ ଦେବୀ ମା ତାରାତାରିଣୀଙ୍କ ପୀଠର ଆଜି ହୋଇଛି କାୟାକଳ୍ପ। କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନୋରମ ମନ୍ଦିରର ଆଜି ହୋଇଛି ପ୍ରତିଷ୍ଠା ଉତ୍ସବ। ପବିତ୍ର ମନ୍ତ୍ରଧ୍ବନୀର ଉଚ୍ଚାରଣ ତଥା ମଙ୍ଗଳ ବାଦ୍ୟର ନିନାଦରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ଗତ ୫ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଉତ୍ସବର ଆଜି ସଂପନ୍ନ ହୋଇଛି। ଏହି କାର୍ୟ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଆଜିର ଦିନଟିକୁ ଏକ ପବିତ୍ର ଦିନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସାରା ଓଡିଶା, ବିଶେଷକରି ଗଞ୍ଜାମବାସୀଙ୍କର ମଙ୍ଗଳ କାମନା କରି ମାଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ମାଙ୍କର ଦର୍ଶନ କରି ପୂଜାର୍ଚ୍ଚନା କରିବା ସହିତ ପ୍ରତିଷ୍ଠା କାର୍ୟ୍ୟରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଦେବଭୂମି। ଓଡିଶାରେ ଶକ୍ତି ପୂଜାର ପରମ୍ପରା ବହୁ ପ୍ରାଚୀନ । ଓଡିଶାର ଗାଁ ଗାଁରେ ମାଙ୍କର ପୂଜା ଅନାଦି କାଳରୁ ଚାଲିଆସିଛି । ମା ତାରାତାରିଣୀ ହେଉଛନ୍ତି ଗଞ୍ଜାମର ଇଷ୍ଟ ଦେବୀ । ଗଞ୍ଜାମବାସୀଙ୍କ ସୁଖଦୁଃଖରେ ଆମେ ମାଙ୍କ ଶରଣ ନେଇଥାଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ମାଙ୍କ ଆଶୀର୍ବାଦ ଓ ମାଙ୍କ ଇଚ୍ଛାରେ ହିଁ ତାଙ୍କ ମନ୍ଦିର ଆଜି ଏହି ଭବ୍ୟ ରୂପ ଗ୍ରହଣ କରିଛି। ଏହି କାର୍ୟ୍ୟରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମା ତାରାତାରିଣୀଙ୍କ ମନ୍ଦିରର ନୂଆ ରୂପକୁ ଓଡିଶାର କଳା ସ୍ଥାପତ୍ୟ ଓ ଭାସ୍କର୍ୟ୍ୟର ଅନୁପମ ନିଦର୍ଶନ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହି କାର୍ୟ୍ୟରେ ନିୟୋଜିତ ଶିଳ୍ପୀ ଓ କାରିଗର ମାନଙ୍କୁ ବିଶେଷ ଅଭିନନ୍ଦନ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ଯେବେ ବି ମାଙ୍କ ଦର୍ଶନ ପାଇଁ ପୀଠକୁ ଆସିଛି, ସେତେବେଳେ ମୋତେ ବହୁତ ଭଲ ଲାଗିଛି । ମନ୍ଦିରର ଏହି ନୂଆ ରୂପ ଓ ବିକଶିତ ପରିବେଶ ଅଧିକ ଭକ୍ତ ଓ ପର୍ୟ୍ୟଟକ ମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ ବୋଲି ମତ ଦେଇ ସେମାନଙ୍କ ନିମନ୍ତେ କରାଯାଇଥିବା ବିଭିନ୍ନ ସୁବିଧା ସୁଯୋଗର ଉଚ୍ଚପ୍ରଶଂସା କରିଥିଲେ । ଶେଷରେ ଶାନ୍ତି ଓ ସହଯୋଗ ଭିତ୍ତିରେ ଗଞ୍ଜାମର ବିକାଶ ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ। ଭକ୍ତ ଓ ପର୍ୟ୍ୟଟକଙ୍କ ପାଇଁ ବିକଶିତ ବିଭିନ୍ନ ସୁବିଧା ସୁଯୋଗର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ଏବଂ ଋଷିକୂଲ୍ୟା ନଦୀତଟ ଉନ୍ନତି କରଣ କାର୍ୟ୍ୟର ଭିତ୍ତି ମଧ୍ୟ ରଖିଥିଲେ । ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର, ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିର, ମା ସମଲେଶ୍ୱରୀ ମନ୍ଦିର, କେନ୍ଦ୍ରାପଡ଼ା ଶ୍ରୀ ବଳଦେବ ଜୀଉ ମନ୍ଦିର ସମତେ ରାଜ୍ୟର ବିଭିନ୍ନ ମନ୍ଦିରର ସେବାୟତମାନେ ମଧ୍ୟ ଯୋଗ ଦେଇଥିଲେ । ଏହି ଭବ୍ୟ ମନ୍ଦିର ନିର୍ମାଣରେ ବିଶିଷ୍ଟ ସ୍ଥପତି ପଦ୍ମବିଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କର ବିଶେଷ ଅବଦାନ ରହିଥିଲା । ପ୍ରତିଷ୍ଠା ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ନାତି ସ୍ମିତେଶ ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟତମ ସ୍ଥପତି ନାରାୟଣ ତ୍ରିପାଠୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କେ ପାଣ୍ଡିଆନ ଗଞ୍ଜାମ ଜିଲ୍ଲାପାଳ ଥିବା ସମୟରେ ମନ୍ଦିର ରୂପାନ୍ତରର ଭୂମି ପୂଜନ କରାଯାଇଥିଲା । ପୂର୍ବରୁ ଭକ୍ତମାନେ ଅନେକ ପାହାଚ ଚଢି ମା ଙ୍କ ଦର୍ଶନ ପାଇଁ ଯାଉଥିଲେ । ଏବେ କିନ୍ତୁ ରୋପୱେ ସହ ପୀଠକୁ ସୁନ୍ଦର ରାସ୍ତା ମଧ୍ୟ ତିଆରି ହୋଇଛି । ଏହି କାର୍ୟ୍ୟକ୍ରମରେ ଉଦବୋଧନ ଦେଇ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଓ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ତାରାତାରିଣୀ ମନ୍ଦିରର ରୂପାନ୍ତରକୁ ୫-ଟି ରୂପାନ୍ତରଣ କାର୍ୟ୍ୟକ୍ରମର ପ୍ରକୁଷ୍ଟ ଉଦାହରଣ ଭାବରେ ବର୍ଣ୍ଣନା କରିଥିଲେ । ଏହି କାର୍ୟ୍ୟକ୍ରମରେ ମନ୍ତ୍ରୀମଣ୍ଡଳର ସଦସ୍ୟ ବୃନ୍ଦ, ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ୫-ଟି ସଚିବ ଓ ଗଞ୍ଜାମ ଜିଲ୍ଲାପାଳଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ । ଭକ୍ତ ମାନଙ୍କ ପାଇଁ ମନ୍ଦିର ପରିସରରେ ଏକ ମନୋଜ୍ଞ ପରିବେଶ ସୃଷ୍ଟି କରାଯାଇଛି। ପ୍ରସାଦ ସେବନ ଗୃହ, ଦୀପ ପ୍ରଜ୍ବଳନ ସ୍ଥାନ, ବାଖ୍ୟାନ କେନ୍ଦ୍ର, ମୁଣ୍ଡନ କେନ୍ଦ୍ର, ବିଶ୍ରାମସ୍ଥଳ, ସେଣ୍ଟ୍ରାଲ ପ୍ଲାଜା ଓ ଅତ୍ୟାଧୁନିକ ଆଲୋକ ବ୍ୟବସ୍ଥା ଆଦି ନୂତନ ସୁବିଧା ସହିତ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯାଇଛି । ପାହାଚ ଶ୍ରେଣୀ, ରୋପ୍ ୱେ ଏବଂ ନୂତନ ସଡକ ସହିତ ଦ୍ବାରା ପୀଠକୁ ଯିବା ପାଇଁ ୩ ପ୍ରକାରର ବ୍ୟବସ୍ଥା କରାଯାଇଛି । ଏହାସହିତ ନଦୀ କୂଳ ସଡକକୁ ମଧ୍ୟ ନୂତନ ଭାବେ ନିର୍ମାଣ କରାଯାଇଛି ଏବଂ ଏଠାରୁ ଋଷିକୂଲ୍ୟା ନଦୀର ସୌନ୍ଦର୍ୟ୍ୟକୁ ଅନୁଭବ କରିବାର ସୁଯୋଗ ପର୍ୟ୍ୟଟକମାନଙ୍କ ପାଇଁ ଏକ ଅପୂର୍ବ ଆକର୍ଷଣ ସୃଷ୍ଟି କରିପାରିଛି । ଏ ସମସ୍ତ ବ୍ୟବସ୍ଥା ପାଇଁ ୧୧୫ କୋଟିରୁ ଅଧିକ ଟଙ୍କା ବିନିଯୋଗ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!